|
| 1 |
|
| ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ, |
|
| 2 |
|
| “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। |
|
| 3 |
|
| ତହିଁରେ ସେହି ସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ। |
|
| 4 |
|
| ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ। |
|
| 5 |
|
| ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ। |
|
| 6 |
|
| ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ। |
|
| 7 |
|
| ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ। |
|
| 8 |
|
| ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହି ସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।” |
|
| 9 |
|
| ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, |
|
| 10 |
|
| “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ, |
|
| 11 |
|
| ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ। |
|
| 12 |
|
| ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ; |
|
| 13 |
|
| ଏହିରୂପେ ତୁମ୍ଭେମାନେ ଯେଉଁ ଯେଉଁ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ। |
|
| 14 |
|
| ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ। |
|
| 15 |
|
| ଇସ୍ରାଏଲ ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟ ସ୍ଥାନ ହେବ; ତହିଁରେ ଯେଉଁ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇପାରେ। |
|
| 16 |
|
| ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ। |
|
| 17 |
|
| ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ। |
|
| 18 |
|
| ଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ। |
|
| 19 |
|
| ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ। |
|
| 20 |
|
| ଆଉ ଯଦି ହିଂସା କରି କେହି କାହାକୁ ଧକ୍କା ମାରେ, ଅବା ଛକି ବସି ତାହା ଉପରେ କିଛି ପକାଏ ଓ ତହିଁରେ ସେ ମରେ; |
|
| 21 |
|
| କିଅବା ଶତ୍ରୁତା କରି ଯଦି ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ; ସେ ନରହତ୍ୟାକାରୀ ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ। |
|
| 22 |
|
| ମାତ୍ର ଯଦି କେହି ଶତ୍ରୁତା ବିନା ହଠାତ୍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ, |
|
| 23 |
|
| କିଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ, |
|
| 24 |
|
| ତେବେ ମଣ୍ଡଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ। |
|
| 25 |
|
| ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ। |
|
| 26 |
|
| ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ |
|
| 27 |
|
| ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ। |
|
| 28 |
|
| କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରିଯାଇ ପାରିବ। |
|
| 29 |
|
| ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ। |
|
| 30 |
|
| ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ। |
|
| 31 |
|
| ଆହୁରି ପ୍ରାଣଦଣ୍ଡ ଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ। |
|
| 32 |
|
| ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ। |
|
| 33 |
|
| ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ। |
|
| 34 |
|
| ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।’” |
|
|
|
|