|
| 1 |
|
| କହାତ ପରିବାରର କାର୍ଯ୍ୟ ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, |
|
| 2 |
|
| “ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ପୁରୁଷମାନଙ୍କୁ ଗଣନା କର। |
|
| 3 |
|
| ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ, ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ଯୋଗ୍ୟ ସେମାନଙ୍କୁ ଗଣନା କର। |
|
| 4 |
|
| ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର ଯତ୍ନ ନେବା କହାତ ପରିବାରବର୍ଗର କାର୍ଯ୍ୟ ଅଟେ। |
|
| 5 |
|
| “ଯେତେବେଳେ ଛାଉଣି ସ୍ଥାନାନ୍ତର କରିବାର ସମୟ ହୁଏ, ତାଙ୍କର ପୁତ୍ରଗଣ ପରଦାରେ ପବିତ୍ର ନିୟମ ସିନ୍ଦୁକକୁ ଢାଙ୍କିବେ। |
|
| 6 |
|
| ସେମାନେ ପୁନର୍ବାର ତାହାକୁ ଶିଶୁକଚର୍ମର ଆଚ୍ଛାଦନ କରିବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତା’ପରେ ସେମାନେ ପବିତ୍ର ସିନ୍ଦୁକ ବହନ କରିବାର ସାଙ୍ଗୀ ଲଗାଇବେ। |
|
| 7 |
|
| “ଏହା ପରେ ସେମାନେ ପବିତ୍ର ମେଜ ଉପରେ ନୀଳବର୍ଣ୍ଣର ଏକ ବସ୍ତ୍ର ବିଛାଇବା ଉଚିତ୍ ଏବଂ ତାହା ଉପରେ ଥାଳୀ, ଗ୍ଭମଚ, ପାତ୍ର ଜାର୍ ପେୟନୈବେଦ୍ୟ ରଖିବା ଉଚିତ୍। ଦର୍ଶନୀୟ ରୋଟୀ ସବୁବେଳେ ସେଥିରେ ରଖିବା ଉଚିତ୍। |
|
| 8 |
|
| ତା’ପରେ ସେ ସମସ୍ତ ଉପରେ ସେମାନେ ଏକ ସିନ୍ଦୁରବର୍ଣ୍ଣ ବସ୍ତ୍ର ବିଛାଇବେ ଏବଂ ତା’ପରେ ଶିଶୁକଚର୍ମରେ ଆଚ୍ଛାଦନ କରିବେ। ତା’ପରେ ସେମାନେ ସେହି ସାଙ୍ଗୀ କଡ଼ା ଭିତରେ ପୁରାଇବେ। |
|
| 9 |
|
| “ଏହା ପରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୋକର ଦ୍ୱୀପରୁଖା, ତାହାର ପ୍ରଦୀପ, ତାହାର ଅଙ୍ଗାରଧାନୀ ଏବଂ ସମସ୍ତ ତୈଳପାତ୍ରକୁ ଆଚ୍ଛାଦନ କରିବା ଉଚିତ୍। |
|
| 10 |
|
| ପୁଣି ସେମାନେ ତାକୁ ଓ ତହିଁର ସମସ୍ତ ସରଞ୍ଜାମ ଏକ ଶିଶୁକଚର୍ମର ମଧ୍ୟରେ ରଖିବେ ଏବଂ ତାହାକୁ ଗୋଟିଏ ଖୁଣ୍ଟରେ ରଖିବେ। |
|
| 11 |
|
| “ପୁଣି ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢାଙ୍କିବେ ଏବଂ କଡ଼ା ମଧ୍ୟରେ ସାଙ୍ଗୀ ପୁରାଇବେ। |
|
| 12 |
|
| “ତା’ପରେ ସେମାନେ ସେବାର୍ଥକ ସମସ୍ତ ପବିତ୍ର ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ଗୁଡ଼ାଇ ରଖିବେ। ସେମାନେ ତାହାକୁ ଶିଶୁକଚର୍ମର ଆଚ୍ଛାଦନ କରିବେ ଏବଂ ତା’ପରେ ତାହାକୁ ଗୋଟିଏ ଖୁଣ୍ଟରେ ରଖିବେ। |
|
| 13 |
|
| “ପୁଣି ସେମାନେ ଯଜ୍ଞବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣି ରଙ୍ଗର ବସ୍ତ୍ର ବିଛାଇବେ। |
|
| 14 |
|
| ଆଉ ତା’ଉପରେ ସେମାନେ ଅଙ୍ଗାରଧାନୀ, ତସଲା, କଣ୍ଟା କୋଦାଳ, ଗହୀରା ପାତ୍ର ପ୍ରଭୃତି ଯଜ୍ଞବେଦିରେ ସେବାର୍ଥକ ସମସ୍ତ ପାତ୍ର ରଖିବେ। ତହୁଁ ସେମାନେ ତା’ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଏବଂ କଡ଼ା ମଧ୍ୟରେ ସାଙ୍ଗୀ ଲଗାଇବେ। |
|
| 15 |
|
| “ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ। |
|
| 16 |
|
| “ଆଉ ସମସ୍ତ ଆବାସର, ତତ୍ତ୍ୱାବଧାନ ସେହି ପବିତ୍ର ତମ୍ବୁ ଏବଂ ତନ୍ମଧ୍ୟସ୍ଥିତ ସମସ୍ତ ପବିତ୍ର ସ୍ଥାନ ଏବଂ ସମସ୍ତ ଦ୍ରବ୍ୟ ଅର୍ଥାତ୍ ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣର ପୁତ୍ର ଇଲିୟାସର ଯାଜକର ହେବ।” |
|
| 17 |
|
| ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, |
|
| 18 |
|
| “ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକି ଅଲଗା କରିଦିଅ ନାହିଁ। |
|
| 19 |
|
| ମାତ୍ର ସେମାନେ ମହାପବିତ୍ର ସ୍ଥାନରେ ଥିବା ବସ୍ତ୍ରର ନିକଟବର୍ତ୍ତୀ ହେଲାବେଳେ ଯେପରି ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏହିପରି କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରକୁ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ। |
|
| 20 |
|
| ସେମାନେ ପବିତ୍ର ବସ୍ତ୍ରକୁ ଦେଖିବା ଉଚିତ୍ ନୁହେଁ, ସେମାନେ ଯେତେବେଳେ ଯିବା ପାଇଁ ସଜାଡ଼ୁଛନ୍ତି। କାରଣ ଯଦି ସେମାନେ ତାହା କରନ୍ତି, ତେବେ ସେମାନେ ମରିଯିବେ।” |
|
| 21 |
|
| ଗେର୍ଶୋନବଂଶର ସେବାକାର୍ଯ୍ୟ ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, |
|
| 22 |
|
| “ସେମାନଙ୍କର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗେର୍ଶୋନ ପରିବାରକୁ ଗଣନା କର। |
|
| 23 |
|
| ଯେଉଁମାନେ ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ମଧ୍ୟରେ ଓ ସମାଗମ-ତମ୍ବୁରେ ସେବା କରି ପାରିବେ, ସେମାନଙ୍କୁ ଗଣନା କର। |
|
| 24 |
|
| “ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନ ବଂଶର ସେବା ଏହି। |
|
| 25 |
|
| ସେମାନେ ପବିତ୍ର ତମ୍ବୁର ପରଦା ସକଳ, ତହିଁର ଆଚ୍ଛାଦନ, ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ-ତମ୍ବୁର ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର ବହନ କରିବେ। |
|
| 26 |
|
| ଆଉ ପ୍ରାଙ୍ଗଣର ପରଦା ଯାହା ପବିତ୍ର ତମ୍ବୁକୁ ଆଚ୍ଛାଦନ କରେ ଏବଂ ଯଜ୍ଞବେଦି, ପ୍ରବେଶ ଫାଟକର ପରଦା ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହନ କରିବେ ଓ ସେହିସବୁରେ ଯେଉଁ କାର୍ଯ୍ୟ କରିବାକୁ ହୁଏ ତାହା ସବୁ କରିବା ଉଚିତ୍। |
|
| 27 |
|
| ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ଦ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ଯ୍ୟ ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସେମାନଙ୍କୁ, ଯାହାସବୁ ଦାୟୀତ୍ୱ ବହନ କରନ୍ତି ସେହି କାର୍ଯ୍ୟ ଭାର ଦେବା ଉଚିତ୍। |
|
| 28 |
|
| ସମାଗମ-ତମ୍ବୁରେ ଗେର୍ଶୋନୀୟ ପରିବାରବର୍ଗଙ୍କୁ ଏହି ସେବା ଦିଆଯାଏ। ଈଥାମର ଯାଜକ ହାରୋଣଙ୍କ ପୁତ୍ର ସେମାନଙ୍କ ଉପରେ ପର୍ଯ୍ୟବେକ୍ଷଣ କରିବେ।” |
|
| 29 |
|
| ମରାରି ବଂଶର ସେବାକାର୍ଯ୍ୟ “ତୁମ୍ଭେ ମରାରି ସନ୍ତାନଗଣର ପରିବାରବର୍ଗ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ। |
|
| 30 |
|
| ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ପର୍ଯ୍ୟନ୍ତ ବୟସ୍କ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରି ପାରିବେ, ସେମାନଙ୍କୁ ଗଣନା କରିବ। |
|
| 31 |
|
| ଏହି ଦାୟିତ୍ୱ ସେମାନେ ବହନ କରି ପାରିବେ, ସେମାନେ ସମାଗମ-ତମ୍ବୁର କାଠପଟାସବୁ, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗିସକଳ ବହନ କରିବା ଉଚିତ୍। |
|
| 32 |
|
| ସେମାନେ ପ୍ରାଙ୍ଗଣର ବାଡର ଖମ୍ବକୁ, ସେଗୁଡ଼ିକର ଭିତ୍ତିକୁ, ସେଗୁଡ଼ିକର ଖିଲକୁ, ସେଗୁଡ଼ିକର ରଜ୍ଜକୁ, ତାହା ସହିତ ସଂଯୁକ୍ତ ସମସ୍ତ ବସ୍ତୁକୁ ବହନ କରିବା ଉଚିତ୍। ତୁମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ନିର୍ଦ୍ଧିଷ୍ଟ କାର୍ଯ୍ୟଭାର ବହନ କରିବାକୁ ଦେବା ଉଚିତ୍। |
|
| 33 |
|
| ସମାଗମ-ତମ୍ବୁରେ ମରାରି ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏସବୁ ହାରୋଣ ଯାଜକର ପୁତ୍ର ଈଥାମରର ଦେଖା ରେଖା କରିବାର ଦାୟିତ୍ୱ ହେବ।” |
|
| 34 |
|
| ଲେବୀୟ ବଂଶ ଅନନ୍ତର ମୋଶା, ହାରୋଣ ଓ ଇସ୍ରାଏଲର ନେତାଗଣ କହାତୀୟ ଲୋକମାନଙ୍କୁ ସେମାନଙ୍କର ପରିବାର ଓ ପିତୃଗୃହ ଅନୁସାରେ ଗଣନା କଲେ, |
|
| 35 |
|
| ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶେଣ୍ରୀଭୁକ୍ତ ହେବେ, ସେମାନଙ୍କୁ ଗଣନା କଲେ। |
|
| 36 |
|
| ଏହି କର୍ମପାଇଁ ଯୋଗ୍ୟ କହାତୀୟ ବଂଶର ଲୋକମାନଙ୍କ ସଂଖ୍ୟା 2750 ହେଲା। |
|
| 37 |
|
| ଏହିମାନେ କହାତୀୟ ବଂଶର ଲୋକ ଯେଉଁମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ନିଯୁକ୍ତି ହେଲେ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଓ ହାରୋଣ ସେମାନଙ୍କୁ ଗଣନା କଲେ। |
|
| 38 |
|
| ଆଉ ମଧ୍ୟ ଗେର୍ଶୋନ ବଂଶ ସନ୍ତାନଗଣର ଆପଣା ଆପଣା ପିତୃଗୃହ ଓ ବଂଶ ଅନୁସାରେ ଗଣା ହେଲେ। |
|
| 39 |
|
| ତିରିଶ୍ ବର୍ଷ ବୟସ୍କଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶେଣ୍ରୀଭୁକ୍ତ ହେଲେ ସେମାନଙ୍କୁ ଗଣା ଗଲା। |
|
| 40 |
|
| ଗେର୍ଶୋନ ବଂଶରେ ପିତୃଗୃହ ଅନୁସାରେ ଗଣନା କରାଯିବାରୁ ସେମାନଙ୍କ ସଂଖ୍ୟା 2630 ହେଲା। |
|
| 41 |
|
| ଏମାନେ ଗେର୍ଶୋନ ସନ୍ତାନଗଣର ପରିବାରବର୍ଗରେ ଗଣ୍ୟ ହେଲେ ଓ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ନିଯୁକ୍ତି ହେଲେ, ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଏମାନଙ୍କୁ ଗଣନା କଲେ। |
|
| 42 |
|
| ଆଉ ମଧ୍ୟ ମରାରି ବଂଶ ମଧ୍ୟରେ ଲୋକମାନେ ନିଜ ନିଜ ବଂଶ ଓ ପିତୃଗୃହ ଅନୁସାରେ ଗଣା ଗଲେ। |
|
| 43 |
|
| ତିରିଶ୍ ବର୍ଷ ବୟସ୍କଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶେଣ୍ରୀଭୁକ୍ତ ହେଲେ, ସେମାନେ ଗଣ୍ୟ ହେଲେ। |
|
| 44 |
|
| ସେମାନେ ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣା ଯିବାରୁ ସେମାନଙ୍କ ସଂଖ୍ୟା 3200 ହେଲା। |
|
| 45 |
|
| ଏମାନେ ମରାରି ସନ୍ତାନଗଣର ବଂଶରେ ଗଣ୍ୟ ହୋଇଥିବା ଲୋକ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ। |
|
| 46 |
|
| ତେଣୁ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଲେବୀୟମାନଙ୍କୁ ସେମାନଙ୍କର ପରିବାରବର୍ଗ ଓ ପିତୃଗୃହ ଅନୁସାରେ ଗଣନା କଲେ। |
|
| 47 |
|
| ତିରିଶ୍ ବର୍ଷ ବୟସ୍କଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ଓ ଭାର ବହିବା କର୍ମରେ ନିଯୁକ୍ତି ହେଲେ, ସେମାନେ ସମସ୍ତେ ଗଣା ଗଲେ। |
|
| 48 |
|
| ସେମାନଙ୍କ ସଂଖ୍ୟା 8580 ହେଲା। |
|
| 49 |
|
| ମୋଶାଙ୍କୁ ସଦାପ୍ରଭୁ ଯେଉଁ ଅନୁସାରେ ଆଜ୍ଞା ଦେଇଥିଲେ, ସେହିପରି ଭାବରେ ସେ ସେମାନଙ୍କର ସେବା ଓ ଭାର ବହିବା ଅର୍ଥ ଅନୁସାରେ ଗଣ୍ୟ ହେଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶାଙ୍କ ଦ୍ୱାରା ଏହା କରାଗଲା। |
|
|
|
|