|
| 1 |
|
| ଏଥିଉତ୍ତାରେ ଯେଉଁ ଦିନ ମୋଶା ଆବାସ ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ; |
|
| 2 |
|
| ସେହି ଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ। |
|
| 3 |
|
| ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ। |
|
| 4 |
|
| ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, |
|
| 5 |
|
| “ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହାସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।” |
|
| 6 |
|
| ତହୁଁ ମୋଶା ସେହି ଶଗଡ଼ ଓ ଗୋରୁ ନେଇ ଲେବୀୟମାନଙ୍କୁ ଦେଲେ। |
|
| 7 |
|
| ଗେର୍ଶୋନୀୟ-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଦୁଇ ଶଗଡ଼ ଓ ଚାରି ଗୋରୁ ଦେଲେ। |
|
| 8 |
|
| ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ। |
|
| 9 |
|
| ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ। |
|
| 10 |
|
| ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ। |
|
| 11 |
|
| ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।” |
|
| 12 |
|
| ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା; |
|
| 13 |
|
| ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 14 |
|
| ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 15 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ; |
|
| 16 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ |
|
| 17 |
|
| ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର। |
|
| 18 |
|
| ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା, |
|
| 19 |
|
| ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 20 |
|
| ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 21 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ; |
|
| 22 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ, |
|
| 23 |
|
| ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର। |
|
| 24 |
|
| ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ୍ ଆଣିଲା; |
|
| 25 |
|
| ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 26 |
|
| ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 27 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ; |
|
| 28 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ, |
|
| 29 |
|
| ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବ୍ର ଉପହାର। |
|
| 30 |
|
| ଚତୁର୍ଥ ଦିନ ରୁବେନ୍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା; |
|
| 31 |
|
| ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 32 |
|
| ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 33 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ; |
|
| 34 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ; |
|
| 35 |
|
| ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର। |
|
| 36 |
|
| ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା; |
|
| 37 |
|
| ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 38 |
|
| ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 39 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ; |
|
| 40 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ, |
|
| 41 |
|
| ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର। |
|
| 42 |
|
| ଷଷ୍ଠ ଦିନ ଗାଦ୍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଆଣିଲା; |
|
| 43 |
|
| ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 44 |
|
| ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 45 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ; |
|
| 46 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ; |
|
| 47 |
|
| ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ର ଉପହାର। |
|
| 48 |
|
| ସପ୍ତମ ଦିନ ଇଫ୍ରୟିମ-ସନ୍ତାନଗଣର ଅଧିପତି ଅମ୍ମୀହୂଦର ପୁତ୍ର ଇଲୀଶାମା ଆଣିଲା; |
|
| 49 |
|
| ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 50 |
|
| ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 51 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ; |
|
| 52 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ; |
|
| 53 |
|
| ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର। |
|
| 54 |
|
| ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା; |
|
| 55 |
|
| ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 56 |
|
| ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 57 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ; |
|
| 58 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ, |
|
| 59 |
|
| ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର। |
|
| 60 |
|
| ନବମ ଦିନ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ଗିଦିୟୋନିର ପୁତ୍ର ଅବୀଦାନ୍ ଆଣିଲା; |
|
| 61 |
|
| ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 62 |
|
| ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 63 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ; |
|
| 64 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ, |
|
| 65 |
|
| ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍ର ଉପହାର। |
|
| 66 |
|
| ଦଶମ ଦିନ ଦାନ୍-ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆଣିଲା; |
|
| 67 |
|
| ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 68 |
|
| ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 69 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ମେଷବତ୍ସ; |
|
| 70 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ, |
|
| 71 |
|
| ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର। |
|
| 72 |
|
| ଏକାଦଶ ଦିନ ଆଶେର-ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ଆଣିଲା; |
|
| 73 |
|
| ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 74 |
|
| ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 75 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ; |
|
| 76 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ, |
|
| 77 |
|
| ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅକ୍ରଣର ପୁତ୍ର ପଗୀୟେଲର ଉପହାର। |
|
| 78 |
|
| ଦ୍ୱାଦଶ ଦିନ ନପ୍ତାଲି-ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ଆଣିଲା; |
|
| 79 |
|
| ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ; |
|
| 80 |
|
| ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ; |
|
| 81 |
|
| ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ, |
|
| 82 |
|
| ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ, |
|
| 83 |
|
| ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଐନନର ପୁତ୍ର ଅହୀରର ଉପହାର। |
|
| 84 |
|
| ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ; |
|
| 85 |
|
| ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା; |
|
| 86 |
|
| ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା। |
|
| 87 |
|
| ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକ ବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ; |
|
| 88 |
|
| ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକ ବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର। |
|
| 89 |
|
| ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ। |
|
|
|
|