ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ। |
| 2 |
| ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, |
| 3 |
| ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ, |
| 4 |
| କିଣାନୀୟ ଦଳର ଶିମୋନ ଓ ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା। |
| 5 |
| ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଅଣଯିହୁଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ, |
| 6 |
| ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ। |
| 7 |
| ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର। |
| 8 |
| ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର। |
| 9 |
| ତୁମ୍ଭମାନଙ୍କ ଗାଞ୍ଜିଆରେ ସୁନା କି ରୂପା କି ତମ୍ବା, ଆଉ ଯାତ୍ରା ନିମନ୍ତେ ଝୋଲି |
| 10 |
| କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ। |
| 11 |
| ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ। |
| 12 |
| ଆଉ ଗୃହରେ ପ୍ରବେଶ କରିବା ସମୟରେ ତାହାକୁ ଆଶୀର୍ବାଦ କର; |
| 13 |
| ସେହି ଗୃହ ଯଦି ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ। |
| 14 |
| ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ। |
| 15 |
| ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।” |
| 16 |
| “ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ। |
| 17 |
| ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ, |
| 18 |
| ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ। |
| 19 |
| କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ। |
| 20 |
| ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି। |
| 21 |
| ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ। |
| 22 |
| ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ। |
| 23 |
| କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ। |
| 24 |
| ଶିଷ୍ୟ ଗୁରୁଠାରୁ କିମ୍ବା ଦାସ କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ। |
| 25 |
| ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।” |
| 26 |
| “ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। |
| 27 |
| ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର। |
| 28 |
| ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର। |
| 29 |
| ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ; |
| 30 |
| କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। |
| 31 |
| ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।” |
| 32 |
| “ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି। |
| 33 |
| ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।” |
| 34 |
| “ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ୍ଗ ଦେବାକୁ ଆସିଅଛି। |
| 35 |
| କାରଣ ମୁଁ ‘ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢ଼ାଇବାକୁ ଆସିଅଛି, |
| 36 |
| ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ।’ |
| 37 |
| ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ। |
| 38 |
| ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ। |
| 39 |
| ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।” |
| 40 |
| “ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ। |
| 41 |
| ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ। |
| 42 |
| ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।” |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/matthew/010.mp3
28
10