|
| 1 |
|
| ଇତି ମଧ୍ୟରେ ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ନିକଟକୁ ଡାକି ସେମାନଙ୍କୁ ଅଶୁଚିଣଆତ୍ମାଗୁଡ଼ାକ ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ । |
|
| 2 |
|
| ସେହି ଦ୍ଵାଦଶ ପ୍ରେରିତଙ୍କର ନାମ ଏହି, ପ୍ରଥମରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭ୍ରାତା ଆନ୍ଦ୍ରିୟ, ଜେବଦିଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ, |
|
| 3 |
|
| ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ, |
|
| 4 |
|
| କିଣାନୀୟ ଶିମୋନ ଓ ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା । |
|
| 5 |
|
| ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ପ୍ରେରଣ କରି ସେମାନଙ୍କୁ ଆଜ୍ଞା ଦେଇ କହିଲେ, ବିଜାତିମାନଙ୍କ ନିକଟକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ, |
|
| 6 |
|
| ବରଂ ଇସ୍ରାଏଲ-ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ । |
|
| 7 |
|
| ପୁଣି, ଯାଉ ଯାଉ ସ୍ଵର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର । |
|
| 8 |
|
| ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ଛଡ଼ାଅ । ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର । |
|
| 9 |
|
| ତୁମ୍ଭମାନଙ୍କ ଗାଞ୍ଜିଆରେ ସୁନା କି ରୂପା କି ତମ୍ଵା, |
|
| 10 |
|
| ଆଉ ଯାତ୍ରା ନିମନ୍ତେ ଝୋଲି କିମ୍ଵା ଦୁଇଟି ଅଙ୍ଗରଖା ଅବା ଯୋତା କିମ୍ଵା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ । |
|
| 11 |
|
| ଆଉ, ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ । |
|
| 12 |
|
| ଆଉ, ଗୃହରେ ପ୍ରବେଶ କରିବା ସମୟରେ ତାହାକୁ କଲ୍ୟାଣ କର; |
|
| 13 |
|
| ସେହି ଗୃହ ଯେବେ ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ନିକଟକୁ ବାହୁଡ଼ିଆସୁ। |
|
| 14 |
|
| ପୁଣି, ଯେକେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ଵା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ। |
|
| 15 |
|
| ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର-ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ହମୋରା ଦେଶର ଦଶା ସହନୀୟ ହେବ । |
|
| 16 |
|
| ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ । |
|
| 17 |
|
| ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାର ସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହସମୂହରେ କୋରଡ଼ା ମାରିବେ, |
|
| 18 |
|
| ପୁଣି ତୁମ୍ଭେମାନେ ମୋʼ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁକୁ ଅଣାଯିବ; ତାହା ସେମାନଙ୍କ ଓ ବିଜାତିମାନଙ୍କ ପ୍ରତି ସାକ୍ଷ୍ୟ ସ୍ଵରୂପ ହେବ । |
|
| 19 |
|
| କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ଦଣ୍ତରେ ତୁମ୍ଭମାନଙ୍କୁ ଦିଆଯିବ । |
|
| 20 |
|
| ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା, ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି । |
|
| 21 |
|
| ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ । |
|
| 22 |
|
| ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ । |
|
| 23 |
|
| କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ । |
|
| 24 |
|
| ଶିଷ୍ୟ ଗୁରୁଠାରୁ କିମ୍ଵା ଦାସ କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ। |
|
| 25 |
|
| ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ତୁଲ୍ୟ ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ । ସେମାନେ ଯେବେ ଗୃହକର୍ତ୍ତାଙ୍କୁ ବାଆଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ । |
|
| 26 |
|
| ଅତଏବ, ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ । |
|
| 27 |
|
| ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘରଛାତ ଉପରେ ଘୋଷଣା କର । |
|
| 28 |
|
| ଆଉ, ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ ପରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନରକରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର । |
|
| 29 |
|
| ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ, ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ; |
|
| 30 |
|
| କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି । |
|
| 31 |
|
| ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆଠାରୁ ଶ୍ରେଷ୍ଠ । |
|
| 32 |
|
| ଆଉ, ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ସ୍ଵୀକାର କରିବି । |
|
| 33 |
|
| ମାତ୍ର ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ଅସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ଅସ୍ଵୀକାର କରିବି । |
|
| 34 |
|
| ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ଼୍ଗ ଦେବାକୁ ଆସିଅଛି । |
|
| 35 |
|
| କାରଣ ମୁଁ ପିତା ସହିତ ପୁତ୍ରର ଓ ମାତା ସହିତ କନ୍ୟାର, ପୁଣି ଶାଶୁ ସହିତ ବୋହୁର ବିରୋଧ ଘଟାଇବାକୁ ଆସିଅଛି, |
|
| 36 |
|
| ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ। |
|
| 37 |
|
| ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ସ୍ନେହ କରେ, ସେ ମୋହର ଯୋଗ୍ୟ ନୁହେଁ। |
|
| 38 |
|
| ଆଉ, ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ । |
|
| 39 |
|
| ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋʼ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ । |
|
| 40 |
|
| ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ । |
|
| 41 |
|
| ଯେ ଭାବବାଦୀଙ୍କି ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ । ଆଉ, ଯେ ଧାର୍ମିକ ବ୍ୟକ୍ତିଙ୍କି ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ । |
|
| 42 |
|
| ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି କେବଳ ଗିନାଏ ଥଣ୍ତା ପାଣି ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ । |
|
|
|
|