|
| 1 |
|
| ସେହି ଦିନ ଯୀଶୁ ଘରୁ ବାହାରିଯାଇ ସମୁଦ୍ର କୂଳରେ ବସିଲେ । |
|
| 2 |
|
| ସେଥିରେ ତାହାଙ୍କ ନିକଟରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି ଲୋକସମୂହ କୂଳରେ ଠିଆ ହୋଇ ରହିଲେ । |
|
| 3 |
|
| ଆଉ, ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କୁ ଅନେକ କଥା କହିଲେ, ଦେଖ, ଜଣେ ବୁଣାଳି ବୁଣିବାକୁ ବାହାରିଲା । |
|
| 4 |
|
| ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ । |
|
| 5 |
|
| ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, |
|
| 6 |
|
| କିନ୍ତୁ ସୂର୍ଯ୍ୟ ଉଠନ୍ତେ, ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା । |
|
| 7 |
|
| ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା । |
|
| 8 |
|
| ମାତ୍ର ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ, କେତେକ ଷାଠିଏ ଗୁଣ, ପୁଣି କେତେକ ତିରିଶ ଗୁଣ । |
|
| 9 |
|
| ଯାହାର କାନ ଅଛି, ସେ ଶୁଣୁ । |
|
| 10 |
|
| ଏଥିଉତ୍ତାରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛନ୍ତି? |
|
| 11 |
|
| ଯୀଶୁ ଉତ୍ତର ଦେଲେ, କାରଣ ସ୍ଵର୍ଗରାଜ୍ୟର ନିଗୂଢ଼ ତତ୍ତ୍ଵସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ । |
|
| 12 |
|
| ଯେଣୁ ଯାହାର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ । |
|
| 13 |
|
| ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛି । |
|
| 14 |
|
| ଆଉ, ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ଵନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ; |
|
| 15 |
|
| କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ । |
|
| 16 |
|
| କିନ୍ତୁ ଧନ୍ୟ ତୁମ୍ଭମାନଙ୍କ ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ । |
|
| 17 |
|
| କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ବାଞ୍ଛା କଲେ, କିନ୍ତୁଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ବାଞ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ । |
|
| 18 |
|
| ତେବେ ତୁମ୍ଭେମାନେ ବୀଜବପନକାରୀର ଦୃଷ୍ଟାନ୍ତ ଶୁଣ। |
|
| 19 |
|
| ଯେକେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ । |
|
| 20 |
|
| ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ, |
|
| 21 |
|
| ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ । |
|
| 22 |
|
| ଯେ ବାକ୍ୟ ଶୁଣେ, ପୁଣି ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ । |
|
| 23 |
|
| କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ । |
|
| 24 |
|
| ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣିଥିବା ଜଣେ ବ୍ୟକ୍ତିଙ୍କ ସଦୃଶ; |
|
| 25 |
|
| ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲା । |
|
| 26 |
|
| ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା, ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା । |
|
| 27 |
|
| ସେଥିରେ ଗୃହକର୍ତ୍ତାଙ୍କ ଦାସମାନେ ତାଙ୍କ ପାଖକୁ ଆସି କହିଲେ, ସାଆନ୍ତେ, ଆପଣ କଅଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ? ତେବେ ବାଳୁଙ୍ଗାଗୁଡ଼ାକ କେଉଁଠାରୁ ହେଲା? |
|
| 28 |
|
| ସେ ସେମାନଙ୍କୁ କହିଲେ, ଜଣେ ଶତ୍ରୁ ଏହା କରିଅଛି । ପୁଣି, ଦାସମାନେ ତାଙ୍କୁ କହିଲେ, ତେବେ ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ, ଏହା କଅଣ ଆପଣଙ୍କର ଇଚ୍ଛା? |
|
| 29 |
|
| କିନ୍ତୁ ସେ କହିଲେ, ନା, କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁକରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ । |
|
| 30 |
|
| ଶସ୍ୟ ନ କାଟିବା ଯାଏ ଦୁହିଁକି ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋʼ ଅମାରରେ ସଂଗ୍ରହ କରି ରଖ । |
|
| 31 |
|
| ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତରେ ବୁଣିଲା । |
|
| 32 |
|
| ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାଗଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି । |
|
| 33 |
|
| ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ଵର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା । |
|
| 34 |
|
| ଏହିସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ଲୋକ-ସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ, |
|
| 35 |
|
| ଯେପରି ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ଵାରା କଥା କହିବା, ଜଗତର ପତ୍ତନାବଧି ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା । |
|
| 36 |
|
| ପରେ ସେ ଲୋକସମୂହକୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ । |
|
| 37 |
|
| ଯୀଶୁ ଉତ୍ତର ଦେଲେ, ଉତ୍ତମ ବିହନ ଯେ ବୁଣନ୍ତି, ସେ ମନୁଷ୍ୟପୁତ୍ର; |
|
| 38 |
|
| କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନ-ମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ; |
|
| 39 |
|
| ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି କଟାଳିସବୁ ଦୂତମାନେ । |
|
| 40 |
|
| ଅତଏବ, ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ, ଯୁଗା; ସମୟରେ ସେପରି ଘଟିବ । |
|
| 41 |
|
| ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପ୍ରେରଣ କରିବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ, |
|
| 42 |
|
| ପୁଣି ସେମାନଙ୍କୁ ଅଗ୍ନିକୁଣ୍ତରେ ନିକ୍ଷେପ କରିବେ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । |
|
| 43 |
|
| ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ । ଯାହାର କାନ ଅଛି, ସେ ଶୁଣୁ । |
|
| 44 |
|
| ସ୍ଵର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ । ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା। |
|
| 45 |
|
| ପୁନଶ୍ଚ, ସ୍ଵର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ଵେଷଣ କରୁଥିବା ଜଣେ ବଣିକ ସଦୃଶ । |
|
| 46 |
|
| ଗୋଟିଏ ବହୁମୂଲ୍ୟ ମୁକ୍ତା ଦେଖି ସେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ସେହି ମୁକ୍ତାକୁ କ୍ରୟ କଲା । |
|
| 47 |
|
| ପୁନଶ୍ଚ ସ୍ଵର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣାଜାଲ ସଦୃଶ । |
|
| 48 |
|
| ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ, ପୁଣି ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ, କିନ୍ତୁ ମନ୍ଦଗୁଡ଼ାକ ଫୋପାଡ଼ିଦେଲେ । |
|
| 49 |
|
| ଯୁଗା; ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ବିଭିନ୍ନ କରିବେ, |
|
| 50 |
|
| ପୁଣି ସେମାନଙ୍କୁ ଅଗ୍ନିକୁଣ୍ତରେ ପକାଇଦେବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । |
|
| 51 |
|
| ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ? ସେମାନେ ତାହାଙ୍କୁ କହିଲେ, ହଁ । |
|
| 52 |
|
| ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ତାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ଵର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ । |
|
| 53 |
|
| ଯୀଶୁ ଏହିସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ଉତ୍ତାରେ ସେହି ସ୍ଥାନରୁ ପ୍ରସ୍ଥାନ କଲେ । |
|
| 54 |
|
| ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟନ୍ଵିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା? |
|
| 55 |
|
| ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାଁ କଅଣ ମରୀୟମ ନୁହେଁ? ପୁଣି ଏହାର ଭାଇମାନଙ୍କ ନାଁ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୁଦା ନୁହେଁ? |
|
| 56 |
|
| ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା? |
|
| 57 |
|
| ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ଵପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ । |
|
| 58 |
|
| ଆଉ, ସେ ସେମାନଙ୍କର ଅବିଶ୍ଵାସ ହେତୁ ସେଠାରେ ଅନେକ ଶକ୍ତିର କାର୍ଯ୍ୟ କଲେ ନାହିଁ । |
|
|
|
|