ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ, |
| 2 |
| ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି। |
| 3 |
| ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ। |
| 4 |
| କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ। |
| 5 |
| ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ। |
| 6 |
| କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା। |
| 7 |
| ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ। |
| 8 |
| ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ। |
| 9 |
| ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ। |
| 10 |
| ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ, |
| 11 |
| ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଆ ନିକଟକୁ ତାହା ନେଇଗଲା। |
| 12 |
| ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ। |
| 13 |
| ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍ଗମନ କଲେ; |
| 14 |
| ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ। |
| 15 |
| ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ। |
| 16 |
| କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” |
| 17 |
| ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି। |
| 18 |
| ସେ କହିଲେ, “ସେଗୁଡ଼ିକ ଏଠାକୁ ମୋʼ ପାଖକୁ ଆଣ।” |
| 19 |
| ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ। |
| 20 |
| ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ। |
| 21 |
| ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। |
| 22 |
| ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ। |
| 23 |
| ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ। |
| 24 |
| କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା। |
| 25 |
| କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, |
| 26 |
| ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ। |
| 27 |
| କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।” |
| 28 |
| ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ। |
| 29 |
| ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ। |
| 30 |
| ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ। |
| 31 |
| ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?” |
| 32 |
| ପୁଣି, ସେମାନେ ନୌକାରେ ଚଢ଼ନ୍ତେ, ପବନ ବନ୍ଦ ହେଲା। |
| 33 |
| ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର। |
| 34 |
| ସେମାନେ ସମୁଦ୍ର ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚିଲେ। |
| 35 |
| ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ; |
| 36 |
| ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/matthew/014.mp3
28
14