ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ? |
| 2 |
| ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, |
| 3 |
| “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ। |
| 4 |
| ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ। |
| 5 |
| ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; |
| 6 |
| କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା। |
| 7 |
| ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର। |
| 8 |
| ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। |
| 9 |
| ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। |
| 10 |
| ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି। |
| 11 |
| [କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି।] |
| 12 |
| ତୁମ୍ଭେମାନେ କଅଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କଅଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ? |
| 13 |
| ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ। |
| 14 |
| ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ। |
| 15 |
| ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ। |
| 16 |
| କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ। |
| 17 |
| ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ। |
| 18 |
| ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ। |
| 19 |
| ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ। |
| 20 |
| କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।” |
| 21 |
| ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? |
| 22 |
| କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ, |
| 23 |
| ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ। |
| 24 |
| ସେ ହିସାବ ଆରମ୍ଭ କରନ୍ତେ ଦଶ ହଜାର ରୌପ୍ୟ-ମୁଦ୍ରା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା। |
| 25 |
| କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲା-ପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ। |
| 26 |
| ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ‘ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି।’ |
| 27 |
| ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ। |
| 28 |
| କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ଏକ ଶହ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ। |
| 29 |
| ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ‘ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି।’ |
| 30 |
| ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା। |
| 31 |
| ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ। |
| 32 |
| ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ ‘ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି; |
| 33 |
| ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’ |
| 34 |
| ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ। |
| 35 |
| ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।” |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/matthew/018.mp3
28
18