|
| 1 |
|
| ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବୈଥ୍ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ । |
|
| 2 |
|
| ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବାମାତ୍ର ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋʼ ନିକଟକୁ ଘେନିଆସ । |
|
| 3 |
|
| ଆଉ, ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ, ଏମାନଙ୍କଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି । ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ । |
|
| 4 |
|
| ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା, |
|
| 5 |
|
| ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ । |
|
| 6 |
|
| ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କଲେ, |
|
| 7 |
|
| ପୁଣି ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ । |
|
| 8 |
|
| ପୁଣି, ଲୋକସମୂହ ମଧ୍ୟରୁଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ । |
|
| 9 |
|
| ଆଉ, ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକସମୂହ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ-ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ଵ ଲୋକରେ ହୋଶାନ୍ନା । |
|
| 10 |
|
| ଆଉ, ସେ ଯିରୂଶାଲମରେ ପ୍ରବେଶ କରନ୍ତେ, ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା । |
|
| 11 |
|
| ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ । |
|
| 12 |
|
| ପରେ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି ମୁଦ୍ରାବ୍ୟବସାୟୀମାନଙ୍କର ମେଜ ଓ କାପ୍ତାବ୍ୟବସାୟୀ-ମାନଙ୍କର ଆସନ ଓଲଟାଇ ପକାଇଲେ, |
|
| 13 |
|
| ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ବୋଲି ଖ୍ୟାତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦସ୍ୟୁମାନଙ୍କ ଗହ୍ଵର କରୁଅଛ । |
|
| 14 |
|
| ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ଛାମୁକୁ ଆସନ୍ତେ, ସେ ସେମାନଙ୍କୁ ସୁସ୍ଥ କଲେ । |
|
| 15 |
|
| କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦ-ସନ୍ତାନ ବୋଲି ଉଚ୍ଚ ସ୍ଵର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ, |
|
| 16 |
|
| ପୁଣି ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ଵାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ? |
|
| 17 |
|
| ଆଉ, ସେ ସେମାନଙ୍କୁ ପରିତ୍ୟାଗ କରି ନଗରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତ୍ରି ଯାପନ କଲେ । |
|
| 18 |
|
| ସକାଳେ ସେ ନଗରକୁ ବାହୁଡ଼ିବା ସମୟରେ କ୍ଷୁଧିତ ହେଲେ, |
|
| 19 |
|
| ଆଉ ବାଟ ପାଖରେ ଗୋଟିଏ ଡିମିରି ଗଛ ଦେଖି ତାହା ପାଖକୁ ଗଲେ, ପୁଣି କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କେବେ ହେଁ ତୋʼଠାରେ ଫଳ ନ ହେଉ । ସେଥିରେ ସେହିକ୍ଷଣି ସେହି ଡିମିରି ଗଛ ଶୁଖିଗଲା । |
|
| 20 |
|
| ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମିରି ଗଛଟି କିପରି ସେହିକ୍ଷଣି ଶୁଖିଗଲା? |
|
| 21 |
|
| ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏହି ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼୍ ବୋଲି କହିବ, ତାହାହେଲେ ତାହା ଘଟିବ । |
|
| 22 |
|
| ପୁଣି, ବିଶ୍ଵାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ । |
|
| 23 |
|
| ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ, ତୁମ୍ଭକୁ କିଏ ଏହି ଅଧିକାର ଦେଲା? |
|
| 24 |
|
| ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହିସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି । |
|
| 25 |
|
| ଯୋହନଙ୍କରବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ଵର୍ଗରୁ ବା ମନୁଷ୍ୟଠାରୁ? ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ଵର୍ଗରୁ ବୋଲି କହିବୁ, ତାହା ହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାଙ୍କୁ ବିଶ୍ଵାସ କଲ ନାହିଁ? |
|
| 26 |
|
| କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି । |
|
| 27 |
|
| ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହିଁ । ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ । |
|
| 28 |
|
| ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ । ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷା କ୍ଷେତ୍ରରେ କାମ କର । |
|
| 29 |
|
| ସେ ଉତ୍ତର ଦେଲା, ମୋର ଇଚ୍ଛା ନାହିଁ, କିନ୍ତୁ ପରେ ଅନୁତାପ କରି ଗଲା । |
|
| 30 |
|
| ପୁଣି, ସେ ଦ୍ଵିତୀୟ ନିକଟକୁ ଆସି ସେହି ପ୍ରକାର କହିଲେ । ସେ ଉତ୍ତର ଦେଲା, ଆଜ୍ଞା, ମୁଁ ଯାଉଛି, କିନ୍ତୁ ଗଲା ନାହିଁ । |
|
| 31 |
|
| ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା? ସେମାନେ କହିଲେ, ପ୍ରଥମ ଜଣକ । ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି । |
|
| 32 |
|
| କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାଙ୍କୁ ବିଶ୍ଵାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାଙ୍କୁ ବିଶ୍ଵାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାଙ୍କୁ ବିଶ୍ଵାସ କରି ପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ । |
|
| 33 |
|
| ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ । ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ତ ଖୋଳି ପ୍ରହରୀ-ଗୃହ ନିର୍ମାଣ କଲେ, ପୁଣି କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଗମନ କଲେ । |
|
| 34 |
|
| ପରେ ଫଳର ସମୟ ସନ୍ନିକଟ ହୁଅନ୍ତେ, ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ । |
|
| 35 |
|
| କିନ୍ତୁ କୃଷକମାନେ ତାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ । |
|
| 36 |
|
| ପୁନଶ୍ଚ ସେ ପ୍ରଥମ ଥର ଅପେକ୍ଷା ଅଧିକସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ । |
|
| 37 |
|
| କିନ୍ତୁ ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ପରେ ଆପଣା ପୁତ୍ରଙ୍କୁ ସେମାନଙ୍କ ନିକଟକୁ ପଠାଇଲେ । |
|
| 38 |
|
| ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ବଧ କରି ଆମ୍ଭେମାନେ ଏହାର ଅଧିକାର ହସ୍ତଗତ କରୁ । |
|
| 39 |
|
| ଆଉ, ସେମାନେ ତାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ । |
|
| 40 |
|
| ଅତଏବ, ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ? |
|
| 41 |
|
| ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ଦାରୁଣ ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାଙ୍କୁ ଯଥାସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ । |
|
| 42 |
|
| ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ? |
|
| 43 |
|
| ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ । |
|
| 44 |
|
| ଆଉ, ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ତବିଖଣ୍ତ ହେବ, ପୁଣି ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ । |
|
| 45 |
|
| ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହିସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ । |
|
| 46 |
|
| ଆଉ, ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ । |
|
|
|
|