|
| 1 |
|
| ସେତେବେଳେ ସ୍ଵର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ସଦୃଶ ହେବ; ସେମାନେ ଆପଣା ଆପଣା ପ୍ରଦୀପ ଘେନି ବରଙ୍କ ସହିତ ସାକ୍ଷାତ କରିବାକୁ ବାହାରିଲେ । |
|
| 2 |
|
| ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ । |
|
| 3 |
|
| ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ, |
|
| 4 |
|
| ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ । |
|
| 5 |
|
| ବରଙ୍କ ଆସିବାର ବିଳମ୍ଵ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ । |
|
| 6 |
|
| କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାରʼ, ଏପରି କୋଳାହଳ ହେଲା । |
|
| 7 |
|
| ସେତେବେଳେ ସେହି କନ୍ୟାସମସ୍ତେ ଉଠି ଆପଣା ଆପଣା ପ୍ରଦୀପ ସଜାଡ଼ିଲେ । |
|
| 8 |
|
| କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି । |
|
| 9 |
|
| ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ତୁମ ଆମ ପାଇଁ ତ ଅଣ୍ଟିବ ନାହିଁ, ବରଂ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣିଆଣ । |
|
| 10 |
|
| କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ବର ଆସିଲେ, ପୁଣି ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ଵାର ବନ୍ଦ କରାଗଲା । |
|
| 11 |
|
| ଏଥିଉତ୍ତାରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ଵାର ଫିଟାଇ ଦିଅନ୍ତୁ । |
|
| 12 |
|
| କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ । |
|
| 13 |
|
| ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ଦଣ୍ତ ଜାଣ ନାହିଁ । |
|
| 14 |
|
| କାରଣ ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଆହ୍ଵାନ କରି ସେମାନଙ୍କ ହସ୍ତରେ ନିଜର ସର୍ବସ୍ଵ ସମର୍ପଣ କଲେ, ସ୍ଵର୍ଗରାଜ୍ୟ ସେହିପରି । |
|
| 15 |
|
| ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ । |
|
| 16 |
|
| ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ତତ୍କ୍ଷଣାତ୍ ତାହା ଘେନି ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା । |
|
| 17 |
|
| ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା । |
|
| 18 |
|
| ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା । |
|
| 19 |
|
| ବହୁକାଳ ପରେ ସେହି ଦାସମାନଙ୍କର ପ୍ରଭୁ ଆସି ସେମାନଙ୍କ ସାଙ୍ଗରେ ହିସାବ କଲେ । |
|
| 20 |
|
| ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ଘେନି ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି । |
|
| 21 |
|
| ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ । |
|
| 22 |
|
| ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି । |
|
| 23 |
|
| ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ । |
|
| 24 |
|
| ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଆନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି । |
|
| 25 |
|
| ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ । |
|
| 26 |
|
| କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ? |
|
| 27 |
|
| ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ତୋର ଉଚିତ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି । |
|
| 28 |
|
| ଅତଏବ, ଏହାଠାରୁ ଏହି ତୋଡ଼ା ଘେନିଯାଇ, ଯାହାର ଦଶ ତୋଡ଼ା ଅଛି, ତାହାକୁ ଦିଅ । |
|
| 29 |
|
| କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ । |
|
| 30 |
|
| ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । |
|
| 31 |
|
| ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ଵମହିମାରେ ଆଗମନ କରିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, |
|
| 32 |
|
| ପୁଣି ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଯେପରି ଛାଗଠାରୁ ମେଷ ପୃଥକ୍ କରେ, ସେହିପରି ସେ ସେମାନଙ୍କୁ ପରସ୍ପରଠାରୁ ପୃଥକ୍ କରି, |
|
| 33 |
|
| ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ଵରେ ଓ ଛାଗମାନଙ୍କୁ ବାମ ପାର୍ଶ୍ଵରେ ରଖିବେ । |
|
| 34 |
|
| ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ଵସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦ-ପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିର ଅଧିକାରୀ ହୁଅଣ; |
|
| 35 |
|
| କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ; |
|
| 36 |
|
| ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ପୀଡ଼ିତ ଥିଲି, ମୋତେ ସଂଖୋଳିଲ; କାରାଗାରରେ ଥିଲି, ମୋʼ ନିକଟକୁ ଆସିଲ । |
|
| 37 |
|
| ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ,ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ? |
|
| 38 |
|
| ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ଵା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁ? |
|
| 39 |
|
| ଆଉ, କେବେ ଆପଣଙ୍କୁ ପୀଡ଼ିତ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ? |
|
| 40 |
|
| ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋʼ ପ୍ରତି ହିଁ ତାହା କରିଅଛ । |
|
| 41 |
|
| ତତ୍ପରେ ସେ ବାମ ପାର୍ଶ୍ଵସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋʼ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନ; ଅଗ୍ନି ମଧ୍ୟକୁ ପ୍ରସ୍ଥାନ କର, |
|
| 42 |
|
| କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ; |
|
| 43 |
|
| ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ପୀଡ଼ିତ ଓ କାରାଗାରସ୍ଥ ଥିଲି, ମୋତେ ସଂଖୋଳିଲ ନାହିଁ । |
|
| 44 |
|
| ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଙ୍ଗ, ପୀଡ଼ିତ, କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ? |
|
| 45 |
|
| ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରତମମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋʼ ପ୍ରତି ହିଁ ତାହା କରି ନାହଁ । |
|
| 46 |
|
| ଆଉ, ଏମାନେ ଅନ; ଶାସ୍ତି, କିନ୍ତୁ ଧାର୍ମିକମାନେ ଅନ; ଜୀବନ ଭୋଗ କରିବାକୁ ଯିବେ । |
|
|
|
|