|
| 1 |
|
| ସେତେବେଳେ ଯୀଶୁ ଶୟତାନ ଦ୍ଵାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତଣହେଲେ, |
|
| 2 |
|
| ପୁଣି ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ । |
|
| 3 |
|
| ଆଉ, ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୋଟୀ ହେବା ପାଇଁ ଆଜ୍ଞା ଦିଅ । |
|
| 4 |
|
| କିନ୍ତୁ ଯୀଶୁ ଉତ୍ତର ଦେଲେ, ଲେଖାଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ, ମାତ୍ର ଈଶ୍ଵରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ । |
|
| 5 |
|
| ତହିଁ ଉତ୍ତାରେ ଶୟତାନ ତାହାଙ୍କୁ ପୁଣ୍ୟ ନଗରୀକୁ ଘେନିଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, |
|
| 6 |
|
| ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ । |
|
| 7 |
|
| ଯୀଶୁ ତାହାକୁ କହିଲେ, ଆହୁରି ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ । |
|
| 8 |
|
| ପୁନଶ୍ଚ ଶୟତାନ ତାହାଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ଘେନିଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ଵର୍ଯ୍ୟ ଦେଖାଇ କହିଲା, |
|
| 9 |
|
| ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହିସମସ୍ତ ତୁମ୍ଭକୁ ଦେବା । |
|
| 10 |
|
| ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ପୁଣି କେବଳ ତାହାଙ୍କର ଉପାସନା କରିବ । |
|
| 11 |
|
| ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ । |
|
| 12 |
|
| ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକି ପ୍ରସ୍ଥାନ କଲେ; |
|
| 13 |
|
| ଆଉ, ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ, |
|
| 14 |
|
| ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, |
|
| 15 |
|
| ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନର ଅପର ପାର୍ଶ୍ଵସ୍ଥ ବିଜାତିମାନଙ୍କ ଗାଲିଲୀ, |
|
| 16 |
|
| ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା । |
|
| 17 |
|
| ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, ମନ ପରିବର୍ତ୍ତନ କର, କାରଣ ସ୍ଵର୍ଗରାଜ୍ୟ ସନ୍ନିକଟ । |
|
| 18 |
|
| ସେ ଗାଲିଲୀ ସମୁଦ୍ର କୂଳରେ ଭ୍ରମଣ କରୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କି ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ । |
|
| 19 |
|
| ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି । |
|
| 20 |
|
| ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ । |
|
| 21 |
|
| ପୁଣି, ଯୀଶୁ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କି ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ । |
|
| 22 |
|
| ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ । |
|
| 23 |
|
| ପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିଏସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁଲାଗିଲେ, |
|
| 24 |
|
| ଆଉ ତାହାଙ୍କ ସମ୍ଵନ୍ଧରେ ଜନରବ ସମୁଦାୟ ସୁରୀୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତ ରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ । |
|
| 25 |
|
| ପୁଣି ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୁଦା ପ୍ରଦେଶ ଓ ଯର୍ଦ୍ଦନର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାଦ୍ଗମନ କଲେ । |
|
|
|
|