ଓଡିଆ ବାଇବେଲ
|
| 1 |
| ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ । |
| 2 |
| ଆଉ ଦେଖ, ଜଣେ କୁଷ୍ଠୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି । |
| 3 |
| ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା । |
| 4 |
| ଆଉ ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର । |
| 5 |
| ଯୀଶୁ କଫର୍ନାହୂମରେ ପ୍ରବେଶ କରନ୍ତେ ଜଣେ ଶତସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ, |
| 6 |
| ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି । |
| 7 |
| ସେ ତାହାକୁ କହିଲେ, ମୁଁ ଯାଇ ତାହାକୁ ସୁସ୍ଥ କରିବି । |
| 8 |
| କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋ' ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ । |
| 9 |
| କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ । |
| 10 |
| ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ । |
| 11 |
| କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରାହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ, |
| 12 |
| ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । |
| 13 |
| ଆଉ ଯୀଶୁ ଶତସେନାପତିଙ୍କୁ କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ । ସେହିକ୍ଷଣି ଦାସଟି ସୁସ୍ଥ ହେଲା । |
| 14 |
| ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ; |
| 15 |
| ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ । |
| 16 |
| ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ, |
| 17 |
| ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ । |
| 18 |
| ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ । |
| 19 |
| ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି । |
| 20 |
| ସେଥିରେ ଯୀଶୁ ତାହାକୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ । |
| 21 |
| ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ । |
| 22 |
| କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ । |
| 23 |
| ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ । |
| 24 |
| ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ । |
| 25 |
| ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ । |
| 26 |
| ସେ ସେମାନଙ୍କୁ କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା । |
| 27 |
| ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି । |
| 28 |
| ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ । |
| 29 |
| ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ? |
| 30 |
| ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା । |
| 31 |
| ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ । |
| 32 |
| ଯୀଶୁ ସେମାନଙ୍କୁ କହିଲେ, ଯାଅ । ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ପଲଯାକ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ । |
| 33 |
| ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହି ସବୁ ଜଣାଇଲେ । |
| 34 |
| ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ । |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv2017/matthew/008.mp3
28
8