|
| 1 |
|
| ଈଶ୍ଵରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ । |
|
| 2 |
|
| ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ; |
|
| 3 |
|
| ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ତ ସଳଖ କର, |
|
| 4 |
|
| ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପକ୍ଷମା ନିମନ୍ତେ ମନପରିବର୍ତ୍ତନରବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ। |
|
| 5 |
|
| ସେଥିରେ ସମଗ୍ର ଯିହୁଦା ପ୍ରଦେଶ ଓ ସମସ୍ତ ଯିରୂଶାଲମନିବାସୀ ବାହାରି ତାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ଵୀକାର କରି ତାଙ୍କ ଦ୍ଵାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ । |
|
| 6 |
|
| ଯୋହନ ଓଟଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି ପଙ୍ଗପାଳ ଓ ବନମଧୁ ଖାଉଥିଲେ । |
|
| 7 |
|
| ସେ ଘୋଷଣା କରି କହିବାକୁ ଲାଗିଲେ, ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ । |
|
| 8 |
|
| ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ । |
|
| 9 |
|
| ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ଵାରା ବାପ୍ତିଜିତ।। ହେଲେ । |
|
| 10 |
|
| ଆଉ, ତତ୍କ୍ଷଣାତ୍ ସେ ଜଳରୁ ଉଠିଆସିବା ସମୟରେ ଆକାଶ ବିଦୀର୍ଣ୍ଣ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଅବତରଣ କରିବା ଦେଖିଲେ, |
|
| 11 |
|
| ପୁଣି ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ । |
|
| 12 |
|
| ସେହିକ୍ଷଣି ଆତ୍ମା ତାହାଙ୍କୁ ପ୍ରାନ୍ତରକୁ ଘେନିଗଲେ । |
|
| 13 |
|
| ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ଵାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି ଦୂତମାନେ ତାହାଙ୍କ ସେବା କରୁଥିଲେ । |
|
| 14 |
|
| ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ଵରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ, |
|
| 15 |
|
| କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ଵରଙ୍କ ରାଜ୍ୟ ସନ୍ନିକଟ; ମନ ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ଵାସ କର । |
|
| 16 |
|
| ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ । |
|
| 17 |
|
| ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି । |
|
| 18 |
|
| ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ । |
|
| 19 |
|
| ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ । |
|
| 20 |
|
| ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି ସେମାନେ ସେମାନଙ୍କର ପିତା ଜେବଦୀଙ୍କି ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ । |
|
| 21 |
|
| ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ଯୀଶୁ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। |
|
| 22 |
|
| ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ,କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ । |
|
| 23 |
|
| ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା, |
|
| 24 |
|
| ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି। |
|
| 25 |
|
| ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା । |
|
| 26 |
|
| ସେଥିରେ ସେହି ଅଶୁଚି ଆତ୍ମାଟା ତାହାକୁ ମୋଡ଼ି ପକାଇ ଅତି ଉଚ୍ଚ ସ୍ଵରରେ ପାଟି କରି ତାହାଠାରୁ ବାହାରିଗଲା । |
|
| 27 |
|
| ଏଥିରେ ସମସ୍ତେ ଏତେ ବିସ୍ମୟାନ୍ଵିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି । |
|
| 28 |
|
| ସେଥିରେ ତାହାଙ୍କ ସମ୍ଵନ୍ଧୀୟ ସମାଚାର ତତ୍କ୍ଷଣାତ୍ ଗାଲିଲୀର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳରେ ବ୍ୟାପିଗଲା । |
|
| 29 |
|
| ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ । |
|
| 30 |
|
| ଶିମୋନଙ୍କ ଶାଶୁ ଜ୍ଵରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ । |
|
| 31 |
|
| ସେଥିରେ ସେ ପାଖକୁ ଯାଇ ତାଙ୍କ ହସ୍ତ ଧରି ତାଙ୍କୁ ଉଠାଇଲେ, ଆଉ ତାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ସେମାନଙ୍କ ପରିଚର୍ଯ୍ୟା କରିବାକୁ ଲାଗିଲେ । |
|
| 32 |
|
| ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ, |
|
| 33 |
|
| ପୁଣି ନଗରବାସୀ ସମସ୍ତେ ଦ୍ଵାର ନିକଟରେ ଏକତ୍ର ହେଲେ । |
|
| 34 |
|
| ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କି ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁଥିଲେ । |
|
| 35 |
|
| ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ । |
|
| 36 |
|
| ଆଉ, ଶିମୋନ ଓ ତାହାଙ୍କ ସଙ୍ଗୀମାନେ ତାହାଙ୍କର ଅନୁସନ୍ଧାନ କରି, |
|
| 37 |
|
| ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ଵେଷଣ କରୁଅଛନ୍ତି । |
|
| 38 |
|
| ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ବଡ଼ ବଡ଼ ଗ୍ରାମକୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି । |
|
| 39 |
|
| ପୁଣି, ଯୀଶୁ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ଛଡ଼ାଇଲେ । |
|
| 40 |
|
| ଏଥିମଧ୍ୟରେ ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ଜାନୁ ପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି । |
|
| 41 |
|
| ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । |
|
| 42 |
|
| ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା । |
|
| 43 |
|
| ପୁଣି, ସେ ତାହାକୁ ଅତି ଦୃଢ଼ ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ, |
|
| 44 |
|
| ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୌଚକ୍ରିୟା ସ୍ଵରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର । |
|
| 45 |
|
| କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଆଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ । |
|
|
|
|