|
| 1 |
|
| ଏଥିଉତ୍ତାରେ ସେ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ତ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ । |
|
| 2 |
|
| ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ । |
|
| 3 |
|
| କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ । |
|
| 4 |
|
| ସେ ପୁଣି ସେମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ତ ଫଟାଇଦେଲେ ଓ ତାହାକୁ ଅପମାନ କଲେ । |
|
| 5 |
|
| ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ । ସେଥିରେ ସେ ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ସେମାନେ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ । |
|
| 6 |
|
| ତାଙ୍କ ନିକଟରେ ଜଣେ ମାତ୍ର ରହିଲେ, ସେ ତାଙ୍କ ପ୍ରିୟ ପୁତ୍ର । ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ଅବଶେଷରେ ତାଙ୍କୁ ସେମାନଙ୍କ ନିକଟକୁ ପଠାଇଲେ । |
|
| 7 |
|
| ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ । |
|
| 8 |
|
| ସେଥିରେ ସେମାନେ ତାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ । |
|
| 9 |
|
| ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ । |
|
| 10 |
|
| ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; |
|
| 11 |
|
| ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ? |
|
| 12 |
|
| ଏଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ । |
|
| 13 |
|
| ପରେ ତାହାଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ । |
|
| 14 |
|
| ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାରିକି ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି । କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନା? |
|
| 15 |
|
| ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ସେ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ଅଧୁଲି ମୋʼ ପାଖକୁ ଆଣ, ମୁଁ ତାହା ଦେଖେ । |
|
| 16 |
|
| ତହିଁରେ ସେମାନେ ତାହା ଆଣିଲେ । ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? ସେମାନେ ତାହାଙ୍କୁ କହିଲେ, କାଇସରଙ୍କର । |
|
| 17 |
|
| ସେଥିରେ ଯୀଶୁ ସେମାନଙ୍କୁ କହିଲେ, କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ । ତହିଁରେ ସେମାନେ ତାହାଙ୍କ କଥାରେ ଅତ୍ୟ; ଚମତ୍କୃତ ହେଲେ । |
|
| 18 |
|
| ଏଥିଉତ୍ତାରେ ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ, |
|
| 19 |
|
| ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ । |
|
| 20 |
|
| ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକି ବିବାହ କଲା ଓ ନିଃସନ୍ତାନ ହୋଇ ମଲା; |
|
| 21 |
|
| ପରେ ଦ୍ଵିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା, |
|
| 22 |
|
| ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା । |
|
| 23 |
|
| ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ । |
|
| 24 |
|
| ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ? |
|
| 25 |
|
| ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ଵର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି । |
|
| 26 |
|
| ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେସମ୍ଵନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ, ଈଶ୍ଵର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ଵର, ଇସ୍ହାକଙ୍କ ଈଶ୍ଵର ଓ ଯାକୁବଙ୍କ ଈଶ୍ଵର? |
|
| 27 |
|
| ସେ ମୃତମାନଙ୍କର ଈଶ୍ଵର ନୁହନ୍ତି, ମାତ୍ର ଜୀବିତମାନଙ୍କର । ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ । |
|
| 28 |
|
| ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ସେ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କିପ୍ରକାର ଆଜ୍ଞା ପ୍ରଧାନ? |
|
| 29 |
|
| ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଏକମାତ୍ର ପ୍ରଭୁ ଅଟନ୍ତି; |
|
| 30 |
|
| ଆଉ, ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର । |
|
| 31 |
|
| ଦ୍ଵିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର। ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠତର ଆଜ୍ଞା ନାହିଁ । |
|
| 32 |
|
| ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି; |
|
| 33 |
|
| ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର । |
|
| 34 |
|
| ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, ଈଶ୍ଵରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ । ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ । |
|
| 35 |
|
| କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି? |
|
| 36 |
|
| ସ୍ଵୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ଵାରା ଆବିଷ୍ଟ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ । |
|
| 37 |
|
| ସ୍ଵୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ? |
|
| 38 |
|
| ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ । ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, ଶାସ୍ତ୍ରୀମାନଙ୍କଠାରୁ ସାବଧାନଣ! ସେମାନେ ଦୀର୍ଘ ବସନ ପରିଧାନ କରି ଭ୍ରମଣ କରିବାକୁ, ପୁଣି ହାଟ ବଜାରରେ ନମସ୍କାର!, |
|
| 39 |
|
| ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଗ୍ରହଣ କରିବାକୁ ଭଲ ପାଆନ୍ତି; |
|
| 40 |
|
| ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ତ ପାଇବେ । |
|
| 41 |
|
| ପରେ ସେ ଭଣ୍ତାର ସମ୍ମୁଖରେ ବସି ଲୋକସମୂହ କିପରି ସେଥିରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ । ସେତେବେଳେ ଅନେକ ଧନୀ ଲୋକ ସେଥିରେ ବେଶୀ ପକାଇଲେ; |
|
| 42 |
|
| ଆଉ, ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ସେଥିରେ ପକାଇଲା । |
|
| 43 |
|
| ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ତାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛିନ୍ତ |
|
| 44 |
|
| କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା । |
|
|
|
|