|
| 1 |
|
| ପ୍ରଭାତ ହେବାମାତ୍ରେ ସମସ୍ତ ମହାସଭା, ଅର୍ଥାତ୍, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତଣପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ । |
|
| 2 |
|
| ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀ-ମାନଙ୍କର ରାଜା? ସେ ତାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି । |
|
| 3 |
|
| ଆଉ, ପ୍ରଧାନ ଯାଜକମାନେ ତାହାଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ । |
|
| 4 |
|
| ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି । |
|
| 5 |
|
| କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ । |
|
| 6 |
|
| ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ । |
|
| 7 |
|
| ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା । |
|
| 8 |
|
| ତେଣୁ ଲୋକସମୂହ ଉପରକୁ ଯାଇ ତାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ । |
|
| 9 |
|
| ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା? |
|
| 10 |
|
| କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ । |
|
| 11 |
|
| ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ । |
|
| 12 |
|
| କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା? |
|
| 13 |
|
| ସେମାନେ ପୁଣି ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ । |
|
| 14 |
|
| ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ । |
|
| 15 |
|
| ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ । |
|
| 16 |
|
| ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍, ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ । |
|
| 17 |
|
| ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ; |
|
| 18 |
|
| ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ । |
|
| 19 |
|
| ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ତରେ ମାଇଲେ ଓ ତାହାଙ୍କ ଉପରେ ଛେପ ପକାଇଲେ, ଆଉ ଆଣ୍ଠୁ ମାଡ଼ି ତାହାଙ୍କୁ ପ୍ରଣାମ କରିବାକୁ ଲାଗିଲେ । |
|
| 20 |
|
| ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ି ନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ । |
|
| 21 |
|
| ସେତେବେଳେ ଆଲେକ୍ଜାଣ୍ତର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀ-ଗ୍ରାମରୁଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାଙ୍କୁ ତାହାଙ୍କର କ୍ରୁଶ ବହିବା ପାଇଁ ବାଧ୍ୟ କଲେ । |
|
| 22 |
|
| ଆଉ, ସେମାନେ ତାହାଙ୍କୁ ଗଲ୍ଗଥା, ଅର୍ଥାତ୍, କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ । |
|
| 23 |
|
| ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ଯାଚିଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ । |
|
| 24 |
|
| ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ଵାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ । |
|
| 25 |
|
| ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ । |
|
| 26 |
|
| ଆଉ, ତାହାଙ୍କ ଅଭିଯୋଗଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା । |
|
| 27 |
|
| ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ଵରେ ଜଣେ ଓ ବାମ ପାର୍ଶ୍ଵରେ ଜଣେ, ଏହିପରି ଦୁଇଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ । |
|
| 28 |
|
| [ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ ] । |
|
| 29 |
|
| ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ତ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ; |
|
| 30 |
|
| କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର । |
|
| 31 |
|
| ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । |
|
| 32 |
|
| ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ଵାସ କରିବା । ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ। |
|
| 33 |
|
| ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା । |
|
| 34 |
|
| ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ‘ଏଲୀ, ଏଲୀ, ଲାମା ଶବକ୍ଥାନୀ?ʼ ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ? |
|
| 35 |
|
| ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଛି । |
|
| 36 |
|
| ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ତିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ, ଦେଖିବା । |
|
| 37 |
|
| କିନ୍ତୁ ଯୀଶୁ ଉଚ୍ଚ ସ୍ଵର କରି ପ୍ରାଣତ୍ୟାଗ କଲେ । |
|
| 38 |
|
| ପୁଣି, ମନ୍ଦିରର ବିଚ୍ଛେଦ-ବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ତ ହେଲା । |
|
| 39 |
|
| ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ଵରଙ୍କ ପୁତ୍ର ଥିଲେ । |
|
| 40 |
|
| କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି ଶଲୋମୀ ଥିଲେ; |
|
| 41 |
|
| ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାଦ୍ଗମନ କରି ତାହାଙ୍କର ସେବା କରୁଥିଲେନ୍ତ ତାହାଙ୍କ ସହିତ ଯିରୂଶାଲମକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ । |
|
| 42 |
|
| ବେଳ ଗଡ଼ିଆସନ୍ତେ, ସେହି ଦିନ ଆୟୋଜନ ଦିନ, ଅର୍ଥାତ୍, ବିଶ୍ରାମବାରର ପୂର୍ବ ଦିନ ଥିବାରୁ, |
|
| 43 |
|
| ହାରାମାଥୀୟାର ଯୋସେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ଵରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ । |
|
| 44 |
|
| କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କି ନିକଟକୁ ଡକାଇ ତାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି? |
|
| 45 |
|
| ଶତସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋସେଫଙ୍କୁ ଦେଲେ । |
|
| 46 |
|
| ସେ ଖଣ୍ତିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ଵାରରେ ଖଣ୍ତିଏ ପଥର ଗଡ଼ାଇଦେଲେ । |
|
| 47 |
|
| ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ । |
|
|
|
|