|
| 1 |
|
| କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ, ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା । |
|
| 2 |
|
| ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ଵାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ । |
|
| 3 |
|
| ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକି ଚାରି ଜଣଙ୍କ ଦ୍ଵାରା ବୁହାଇ ତାହାଙ୍କ ନିକଟକୁ ଘେନି-ଆସିଲେ, |
|
| 4 |
|
| କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇ ଦେଲେ । |
|
| 5 |
|
| ଯୀଶୁ ସେମାନଙ୍କର ବିଶ୍ଵାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା । |
|
| 6 |
|
| କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ, |
|
| 7 |
|
| ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ଵରନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍ ଈଶ୍ଵରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ? |
|
| 8 |
|
| ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହିସମସ୍ତ ତର୍କବିତର୍କ କରୁଅଛ? |
|
| 9 |
|
| କଅଣ ସହଜ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା । |
|
| 10 |
|
| କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକି କହିଲେ, |
|
| 11 |
|
| ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ । |
|
| 12 |
|
| ସେଥିରେ ସେ ଉଠି ତତ୍କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହରିଗଲା; ତହିଁରେ ସମସ୍ତେ ଆଚ଼ମ୍ଵିତ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ । |
|
| 13 |
|
| ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ, ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ । |
|
| 14 |
|
| ପୁଣି, ଯାଉ ଯାଉ ଯୀଶୁ ଆଲଫିଙ୍କ ପୁତ୍ର ଲେବୀଙ୍କି କରଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ। |
|
| 15 |
|
| ଆଉ, ଯୀଶୁ ତାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ, ପୁଣି ତାହାଙ୍କର ଅନୁଗମନ କରୁଥିଲେ । |
|
| 16 |
|
| ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତିଣ! |
|
| 17 |
|
| ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସିଅଛି । |
|
| 18 |
|
| ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ । ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀ-ମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି? |
|
| 19 |
|
| ଯୀଶୁ ସେମାଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରି ପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ, ସେମାନେ ଉପବାସ କରି ପାରନ୍ତି ନାହିଁ । |
|
| 20 |
|
| କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ । |
|
| 21 |
|
| କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶୀ ଛିଣ୍ତାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ । |
|
| 22 |
|
| ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ । କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ । |
|
| 23 |
|
| ଥରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ତାଇବାକୁ ଲାଗିଲେ । |
|
| 24 |
|
| ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, |
|
| 25 |
|
| ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ? |
|
| 26 |
|
| ଅବୀୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ଵରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଦର୍ଶନୀରୋଟୀ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ । |
|
| 27 |
|
| ଆଉ, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇନାହିଁ । |
|
| 28 |
|
| ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି । |
|
|
|
|