|
| 1 |
|
| ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ । ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । |
|
| 2 |
|
| ଆଉ, ସେ ତାହାକୁ କେଜାଣି ବିଶ୍ରାମବାରରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି ପାରନ୍ତି । |
|
| 3 |
|
| ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ । |
|
| 4 |
|
| ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ । |
|
| 5 |
|
| ସେଥିରେ ସେ ସେମାନଙ୍କ ହୃଦୟର ଜଡ଼ତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଆଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି ଭଲ ହୋଇଗଲା । |
|
| 6 |
|
| ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟ-ମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ । |
|
| 7 |
|
| ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୁଦା, |
|
| 8 |
|
| ଯିରୂଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ଵ, ପୁଣି ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ । |
|
| 9 |
|
| ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନାହା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ; |
|
| 10 |
|
| କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁ ଥିଲେ । |
|
| 11 |
|
| ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ଵରଙ୍କ ପୁତ୍ର । |
|
| 12 |
|
| ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଲେ । |
|
| 13 |
|
| ଯୀଶୁ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ । |
|
| 14 |
|
| ପୁଣି, ସେ ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, |
|
| 15 |
|
| ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ । |
|
| 16 |
|
| ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ; |
|
| 17 |
|
| ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ; |
|
| 18 |
|
| ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ, |
|
| 19 |
|
| ପୁଣି ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା । |
|
| 20 |
|
| ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ । |
|
| 21 |
|
| ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ନେଇଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି । |
|
| 22 |
|
| ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ,ଏହାକୁ ବାଆଲ୍ଜିବୂଲ୍ ଲାଗିଛି, ପୁଣି ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ । |
|
| 23 |
|
| ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ,ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ? |
|
| 24 |
|
| ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ । |
|
| 25 |
|
| ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ । |
|
| 26 |
|
| ସେହିପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି । |
|
| 27 |
|
| ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ । |
|
| 28 |
|
| ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନ-ମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ଵରନିନ୍ଦା କରନ୍ତି, ସେସମସ୍ତ କ୍ଷମା କରାଯିବ; |
|
| 29 |
|
| କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନ; ପାପରେ ଦୋଷୀ ଅଟେ । |
|
| 30 |
|
| ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ । |
|
| 31 |
|
| ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ-ପଠାଇଲେ । |
|
| 32 |
|
| ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକ-ସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମାଆ, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି । |
|
| 33 |
|
| ଯୀଶୁ ସେମାନଙ୍କୁ ଉତ୍ତର ହେଲେ, ମୋହର ମାଆ ଓ ଭାଇମାନେ କିଏ? |
|
| 34 |
|
| ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମାଆ ଓ ମୋହର ଭାଇମାନେ । |
|
| 35 |
|
| ଯେ କେହି ଈଶ୍ଵରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ । |
|
|
|
|