|
| 1 |
|
| ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ । |
|
| 2 |
|
| ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ । |
|
| 3 |
|
| ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ଵଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରି ପାରେ ନାହିଁ । |
|
| 4 |
|
| ପୁଣି, ମୋଶାଙ୍କ ସହିତ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା । |
|
| 5 |
|
| ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ । |
|
| 6 |
|
| କାରଣ ସେ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ଯେଣୁ ସେମାନେ ଅତ୍ୟ; ଭୀତ ହୋଇଥିଲେ । |
|
| 7 |
|
| ପୁଣି, ଖଣ୍ତେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର । |
|
| 8 |
|
| ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ । |
|
| 9 |
|
| ସେମାନେ ପର୍ବତରୁ ଓହ୍ଳାଇବା ସମୟରେ ଯୀଶୁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖିଅଛ, ସେହିସବୁ ମୃତମାନଙ୍କ ମଧ୍ୟରୁ ମନୁଷ୍ୟପୁତ୍ରଙ୍କ ପୁନରୁତ୍ଥାନ ନ ହେବା ପର୍ଯ୍ୟନ୍ତ କାହାରିକି କୁହ ନାହିଁ । |
|
| 10 |
|
| ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ । |
|
| 11 |
|
| ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି? |
|
| 12 |
|
| ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି? |
|
| 13 |
|
| କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖା ଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି । |
|
| 14 |
|
| ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି । |
|
| 15 |
|
| ଲୋକସମୂହ ତାହାଙ୍କୁ ଦେଖିବାମାତ୍ରେ ଅତିଶୟ ବିସ୍ମୟାନ୍ଵିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ । |
|
| 16 |
|
| ସେଥିରେ ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ? |
|
| 17 |
|
| ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି; |
|
| 18 |
|
| ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ, ତାହାର ମୁହଁରୁ ଫେଣ ବାହାରେ ଓ ସେ ଦା; ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ । |
|
| 19 |
|
| ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ବଂଶ, କେତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ । |
|
| 20 |
|
| ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ । ପୁଣି, ତାହାଙ୍କୁ ଦେଖିବାମାତ୍ରେ ସେହି ଭୂତ ତାହାକୁ ଭୟଙ୍କରଭାବେ ମୋଡ଼ିପକାଇଲା ଓ ସେ ଭୂଇଁରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା । |
|
| 21 |
|
| ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି? ସେ କହିଲା, ପିଲାକାଳରୁ; |
|
| 22 |
|
| ସେ ତାହାକୁ ମାରିପକାଇବା ପାଇଁ ଥରକୁ ଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରି ପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ । |
|
| 23 |
|
| ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରି ପାରନ୍ତି! ବିଶ୍ଵାସୀ ପକ୍ଷରେ ସମସ୍ତ ହିଁ ସମ୍ଭବ । |
|
| 24 |
|
| ସେହିକ୍ଷଣି ପିଲାଟିର ପିତା ଉଚ୍ଚ ସ୍ଵରରେ କହିଲା, ମୁଁ ବିଶ୍ଵାସ କରୁଅଛି, ମୋହର ଅବିଶ୍ଵାସର ପ୍ରତିକାର କରନ୍ତୁ। |
|
| 25 |
|
| ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଅଛନ୍ତି ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ । |
|
| 26 |
|
| ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟ; ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରି କି ଅଧିକାଂଶ କହିଲେ, ସେ ମରିଗଲା । |
|
| 27 |
|
| କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା । |
|
| 28 |
|
| ପୁଣି, ସେ ଗୃହକୁ ଆସନ୍ତେ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ? |
|
| 29 |
|
| ଯୀଶୁ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ । |
|
| 30 |
|
| ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା; |
|
| 31 |
|
| କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ । |
|
| 32 |
|
| କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁଓ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ । |
|
| 33 |
|
| ପରେ ସେମାନେ କଫର୍ନାହୂମକୁ ଆସିଲେ । ଯୀଶୁ ଘରେ ପହଞ୍ଚି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ? |
|
| 34 |
|
| କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ । |
|
| 35 |
|
| ସେଥିରେ ଯୀଶୁ ଉପବେଶନ କରି ଦ୍ଵାଦଶଙ୍କୁ ଆହ୍ଵାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେଣସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ । |
|
| 36 |
|
| ପୁଣି, ଯୀଶୁ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ, |
|
| 37 |
|
| ଯେକେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେକେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ । |
|
| 38 |
|
| ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ । |
|
| 39 |
|
| କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ଶକ୍ତିରେ କାର୍ଯ୍ୟ କରି ହଠାତ୍ ମୋହର କୁତ୍ସା କରି ପାରିବ, ଏପରି ଲୋକ କେହି ନାହିଁ |
|
| 40 |
|
| କାରଣ ଯେ ଆମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ । |
|
| 41 |
|
| ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେକେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ । |
|
| 42 |
|
| ଆଉ, ଯେକେହି ବିଶ୍ଵାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇ ଥାଆନ୍ତା । |
|
| 43 |
|
| ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନରକ, ଅର୍ଥାତ୍, ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । |
|
| 44 |
|
| [କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।] |
|
| 45 |
|
| ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ । |
|
| 46 |
|
| [କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।] |
|
| 47 |
|
| ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ିପକାଅ; ଦୁଇ ଚକ୍ଷୁ ଘେନି ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; |
|
| 48 |
|
| କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ । |
|
| 49 |
|
| ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ । |
|
| 50 |
|
| ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ଵହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ଵାଦଯୁକ୍ତ କରିବ? ତୁମ୍ଭେମାନେ ଆପଣା ଆପଣାଠାରେ ଲବଣ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ । |
|
|
|
|