|
| 1 |
|
| ପରେ ସେ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ । |
|
| 2 |
|
| ଆଉ ଦେଖ, ଜଖୀୟ ନାମରେ ଜଣେ ଲୋକ ଥିଲେ, ସେ ଜଣେ ପ୍ରଧାନ କରଗ୍ରାହୀ ଓ ଧନୀ ଲୋକ । |
|
| 3 |
|
| ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ । |
|
| 4 |
|
| ଏଣୁ ସେ ଆଗକୁ ଦୌଡ଼ିଯାଇ ତାହାଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡ଼ିମିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା । |
|
| 5 |
|
| ଯୀଶୁ ସେସ୍ଥାନକୁ ଆସି ଉପରକୁ ଚାହିଁ ତାଙ୍କୁ କହିଲେ, ଜଖୀୟ, ଶୀଘ୍ର ଓହ୍ଳାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ । |
|
| 6 |
|
| ସେଥିରେ ସେ ଶୀଘ୍ର ଓହ୍ଳାଇଆସି ଆନନ୍ଦରେ ତାହାଙ୍କର ଆତିଥ୍ୟ କଲେ । |
|
| 7 |
|
| ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି । |
|
| 8 |
|
| କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅର୍ଦ୍ଧେକ ମୁଁ ଦରିଦ୍ରମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି । |
|
| 9 |
|
| ସେଥିରେ ଯୀଶୁ ତାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଏ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ; |
|
| 10 |
|
| କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି । |
|
| 11 |
|
| ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ଵରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ । |
|
| 12 |
|
| ଏଣୁ ସେ କହିଲେ, ଜଣେ କୁଳୀନ ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ପ୍ରାପ୍ତ ହୋଇ ବାହୁଡ଼ି ଆସିବା ସକାଶେ ଦୂର ଦେଶକୁ ଯାତ୍ରା କଲେ । |
|
| 13 |
|
| ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋର ଆସିବା ପର୍ଯ୍ୟନ୍ତ ବେପାର କର । |
|
| 14 |
|
| କିନ୍ତୁ ତାଙ୍କ ଦେଶବାସୀମାନେ ତାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ରାଜତ୍ଵ କରିବ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ । |
|
| 15 |
|
| ପରେ ସେ ରାଜପଦ ପ୍ରାପ୍ତ ହୋଇ ବାହୁଡ଼ିଆସି, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଜ୍ଞା ଦେଲେ । |
|
| 16 |
|
| ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୋହର ଆଉ ଦଶଟି ମୋହର ଲାଭ କରିଅଛି । |
|
| 17 |
|
| ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ଵସ୍ତ ହୋଇଥିବାରୁ ଦଶଗୋଟି ନଗର ଉପରେ ଅଧିକାର ପ୍ରାପ୍ତ ହୁଅ । |
|
| 18 |
|
| ପୁଣି, ଦ୍ଵିତୀୟ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୋହର ପାଞ୍ଚୋଟି ମୋହର ଲାଭ କରିଅଛି । |
|
| 19 |
|
| ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାର ପ୍ରାପ୍ତ ହୁଅ । |
|
| 20 |
|
| ଆଉ ଜଣେ ଆସି କହିଲା, ପ୍ରଭୋ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖିଦେଇଥିଲି; |
|
| 21 |
|
| କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି । |
|
| 22 |
|
| ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି । ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ? |
|
| 23 |
|
| ତେବେ, ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି । |
|
| 24 |
|
| ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ଘେନିଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ । |
|
| 25 |
|
| ସେଥିରେ ସେମାନେ ତାଙ୍କୁ କହିଲେ, ପ୍ରଭୋ, ତାହାର ତ ଦଶ ମୋହର ଅଛି । |
|
| 26 |
|
| ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ । |
|
| 27 |
|
| କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ରାଜତ୍ଵ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର । |
|
| 28 |
|
| ଏହିସମସ୍ତ କଥା କହି ସେ ଅଗ୍ରସର ହୋଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ । |
|
| 29 |
|
| ଆଉ, ଯେତେବେଳେ ସେ ଜୀତ ପର୍ବତ ପାର୍ଶ୍ଵସ୍ଥ ବେଥ୍ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ⇧, |
|
| 30 |
|
| ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ । |
|
| 31 |
|
| ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି । |
|
| 32 |
|
| ସେଥିରେ ପ୍ରେରିତ ଲୋକେ ପ୍ରସ୍ଥାନ କରି, ସେ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ । |
|
| 33 |
|
| ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ? |
|
| 34 |
|
| ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି । |
|
| 35 |
|
| ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ । |
|
| 36 |
|
| ଆଉ, ସେ ଯାତ୍ରା କରୁଥିବା ସମୟରେ ଲୋକେ ପଥରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ । |
|
| 37 |
|
| ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ଶକ୍ତିର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚ ସ୍ଵର କରି ଈଶ୍ଵରଙ୍କର ପ୍ରଶଂସା କରୁ କରୁ କହିଲେ, |
|
| 38 |
|
| ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ଵର୍ଗରେ ଶାନ୍ତି ଓ ଊର୍ଦ୍ଧ୍ଵଲୋକରେ ମହିମା । |
|
| 39 |
|
| ସେଥିରେ ଲୋକସମୂହ ମଧ୍ୟରୁ କେତେକ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ । |
|
| 40 |
|
| ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ । |
|
| 41 |
|
| ଆଉ, ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ, |
|
| 42 |
|
| ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁଣ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି । |
|
| 43 |
|
| ଯେଣୁ ତୋʼ ଉପରେ କୃପାଦୃଷ୍ଟିର ସମୟ ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ, |
|
| 44 |
|
| ପୁଣି ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିସାତ୍ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ । |
|
| 45 |
|
| ଆଉ, ସେ ମନ୍ଦିରରେ ପ୍ରବେଶ କରି ବିକ୍ରୟ କରୁଥିବା ଲୋକମାନଙ୍କୁ ଏହା କହି ବାହାର କରିବାକୁ ଲାଗିଲେ, |
|
| 46 |
|
| ଲେଖାଅଛି, ଆମ୍ଭର ଗୃହ ପ୍ରାର୍ଥନା ଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦସ୍ୟୁମାନଙ୍କ ଗହ୍ଵର କରିଅଛ । |
|
| 47 |
|
| ଆଉ, ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ, |
|
| 48 |
|
| କିନ୍ତୁ ଲୋକସମସ୍ତେ ଏକାଗ୍ର ଚିତ୍ତରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ । |
|
|
|
|