|
| 1 |
|
| ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ |
|
| 2 |
|
| ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା। |
|
| 3 |
|
| ସେଥିରେ ସେ ଯର୍ଦ୍ଦନ ନଦୀର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ, |
|
| 4 |
|
| ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର; |
|
| 5 |
|
| ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ; |
|
| 6 |
|
| ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ। |
|
| 7 |
|
| ଅତଏବ, ଯୋହନ ତାହାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା? |
|
| 8 |
|
| ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି। |
|
| 9 |
|
| ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ। |
|
| 10 |
|
| ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା? |
|
| 11 |
|
| ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ। |
|
| 12 |
|
| କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା? |
|
| 13 |
|
| ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ। |
|
| 14 |
|
| ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ। |
|
| 15 |
|
| ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାହାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ, |
|
| 16 |
|
| ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ। |
|
| 17 |
|
| ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ। |
|
| 18 |
|
| ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ; |
|
| 19 |
|
| କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ, |
|
| 20 |
|
| ସେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ। |
|
| 21 |
|
| ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା, |
|
| 22 |
|
| ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ। |
|
| 23 |
|
| ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର, |
|
| 24 |
|
| ଏଲୀ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର, ଲେବୀ ମଲ୍ଖୀଙ୍କ ପୁତ୍ର, ମଲ୍ଖୀ ଯନ୍ନୟଙ୍କ ପୁତ୍ର, ଯନ୍ନୟ ଯୋଷେଫଙ୍କ ପୁତ୍ର, |
|
| 25 |
|
| ଯୋଷେଫ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଆମୋସଙ୍କ ପୁତ୍ର, ଆମୋସ ନାହୂମଙ୍କ ପୁତ୍ର, ନାହୂମ ହେସ୍ଲୀଙ୍କ ପୁତ୍ର, ହେସ୍ଲୀ ନଗୟଙ୍କ ପୁତ୍ର, |
|
| 26 |
|
| ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର, |
|
| 27 |
|
| ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବାବିଲଙ୍କ ପୁତ୍ର, ଜିରୁବାବିଲ ଶଲ୍ଟୀୟେଲ୍ଙ୍କ ପୁତ୍ର, ଶଲ୍ଟୀୟେଲ୍ ନେରୀଙ୍କ ପୁତ୍ର, |
|
| 28 |
|
| ନେରୀ ମଲ୍ଖୀଙ୍କ ପୁତ୍ର, ମଲ୍ଖୀ ଅଦ୍ଦୀଙ୍କ ପୁତ୍ର, ଅଦ୍ଦୀ କୋସାମଙ୍କ ପୁତ୍ର, କୋସାମ ଏଲ୍ମଦାନଙ୍କ ପୁତ୍ର, ଏଲ୍ମଦାନ ଏରଙ୍କ ପୁତ୍ର, |
|
| 29 |
|
| ଏର ଯିହୋଶୂୟଙ୍କ ପୁତ୍ର, ଯିହୋଶୂୟ ଏଲୀୟାଜରଙ୍କ ପୁତ୍ର, ଏଲୀୟାଜର ଯୋରୀମଙ୍କ ପୁତ୍ର, ଯୋରୀମ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର, |
|
| 30 |
|
| ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର, |
|
| 31 |
|
| ଏଲୀୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର, |
|
| 32 |
|
| ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର, |
|
| 33 |
|
| ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର, |
|
| 34 |
|
| ଯିହୂଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍ହାକଙ୍କ ପୁତ୍ର, ଇସ୍ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ତେରହଙ୍କ ପୁତ୍ର, ତେରହ ନାହୋରଙ୍କ ପୁତ୍ର, |
|
| 35 |
|
| ନାହୋର ସରୁଗଙ୍କ ପୁତ୍ର, ସରୁଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର, |
|
| 36 |
|
| ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର, |
|
| 37 |
|
| ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର, |
|
| 38 |
|
| କେନାନ ଏନୋଶଙ୍କ ପୁତ୍ର, ଏନୋଶ ଶେଥଙ୍କ ପୁତ୍ର, ଶେଥ ଆଦମଙ୍କ ପୁତ୍ର, ଆଦମ ଈଶ୍ବରଙ୍କ ପୁତ୍ର। |
|
|
|
|