|
| 1 |
|
| ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ଵରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ଵର ଥିଲେ । |
|
| 2 |
|
| ସେ ଆଦ୍ୟରେ ଈଶ୍ଵରଙ୍କ ସହିତ ଥିଲେ । |
|
| 3 |
|
| ତାହାଙ୍କ ଦ୍ଵାରା ସମସ୍ତ ସୃଷ୍ଟ ହେଲା; ଆଉ ଯେସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ । |
|
| 4 |
|
| ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ । |
|
| 5 |
|
| ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ଵଲ୍ୟମାନ ହୋଇ-ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ । |
|
| 6 |
|
| ଈଶ୍ଵରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ । |
|
| 7 |
|
| ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି ତାହାଙ୍କ ଦ୍ଵାରା ସମସ୍ତେ ବିଶ୍ଵାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ । |
|
| 8 |
|
| ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ । |
|
| 9 |
|
| ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ । |
|
| 10 |
|
| ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ଵାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ । |
|
| 11 |
|
| ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ । |
|
| 12 |
|
| ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ଵାସ କଲେ, ସେସମସ୍ତଙ୍କୁ ସେ ଈଶ୍ଵରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; |
|
| 13 |
|
| ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ଵରଙ୍କଠାରୁ ଜାତ ହେଲେ । |
|
| 14 |
|
| ଆଉ, ସେହି ବାକ୍ୟ ଦେହବ; ହେଲେ, ପୁଣି ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ଵିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମାଦେଖିଲୁ ⇧ ⇧ । |
|
| 15 |
|
| ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚ ସ୍ଵରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି । |
|
| 16 |
|
| ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ । |
|
| 17 |
|
| କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ଵାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଉପସ୍ଥିତ ହେଲା । |
|
| 18 |
|
| କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ଵିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ । |
|
| 19 |
|
| ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେ-ବେଳେ ସେ ଏହି ସାକ୍ଷ୍ୟ ଦେଲେ, |
|
| 20 |
|
| ସେ ସ୍ଵୀକାର କଲେ, ଅସ୍ଵୀକାର କଲେ ନାହିଁ; ସେ ସ୍ଵୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ । |
|
| 21 |
|
| ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ । ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା । |
|
| 22 |
|
| ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇ ପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି? |
|
| 23 |
|
| ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ସଳଖ କର । |
|
| 24 |
|
| ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ । |
|
| 25 |
|
| ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହନ୍ତି, ତାହା ହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି? |
|
| 26 |
|
| ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ; |
|
| 27 |
|
| ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ । |
|
| 28 |
|
| ଯର୍ଦ୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା । |
|
| 29 |
|
| ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ, ଯେ ଜଗତର ପାପ ବହିନେଇଯାଆନ୍ତି । |
|
| 30 |
|
| ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି । |
|
| 31 |
|
| ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି । |
|
| 32 |
|
| ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ । |
|
| 33 |
|
| ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି । |
|
| 34 |
|
| ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ଵରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି । |
|
| 35 |
|
| ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ; |
|
| 36 |
|
| ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ । |
|
| 37 |
|
| ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ । |
|
| 38 |
|
| ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କଅଣ ଖୋଜୁଅଛ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି? |
|
| 39 |
|
| ସେ ସେମାନଙ୍କୁ କହିଲେ, ଆସ, ଦେଖିବ । ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; ସେତେବେଳେ ସକାଳ ପ୍ରାୟ ଦଶ ଘଣ୍ଟା ହୋଇଥିଲା । |
|
| 40 |
|
| ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ । |
|
| 41 |
|
| ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ।।) ଦେଖା ପାଇଅଛୁ । |
|
| 42 |
|
| ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କେଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ । |
|
| 43 |
|
| ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର । |
|
| 44 |
|
| ଫିଲିପ୍ପ ବେଥ୍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା । |
|
| 45 |
|
| ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ । |
|
| 46 |
|
| ନିଥନିୟେଲ ତାଙ୍କୁ ପଚାରିଲେ, ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ? ଫିଲିପ୍ପ ତାଙ୍କୁ କହିଲେ, ଆସି ଦେଖ । |
|
| 47 |
|
| ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ । |
|
| 48 |
|
| ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି । |
|
| 49 |
|
| ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ରାବ୍ବୀ, ଆପଣ ଈଶ୍ଵରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା । |
|
| 50 |
|
| ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ଵାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍ ମହତ୍ ବିଷୟ ଦେଖିବ । |
|
| 51 |
|
| ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ଵର୍ଗକୁ ଉନ୍ମୁକ୍ତ ଓ ଈଶ୍ଵରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ । |
|
|
|
|