|
| 1 |
|
| ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ।; |
|
| 2 |
|
| ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ । |
|
| 3 |
|
| ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ । |
|
| 4 |
|
| ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ । |
|
| 5 |
|
| ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର । |
|
| 6 |
|
| ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା । |
|
| 7 |
|
| ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର । ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ । |
|
| 8 |
|
| ଆଉ, ସେ ସେମାନଙ୍କୁ କହିଲେ, ଏବେ କାଢ଼ି ନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ । ସେଥିରେ ସେମାନେ ଘେନିଗଲେ । |
|
| 9 |
|
| ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସ ହୋଇଥିବା ସେହି ପାଣିକି ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ, |
|
| 10 |
|
| ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ । |
|
| 11 |
|
| ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ଵାସ କଲେ । |
|
| 12 |
|
| ଏଥିଉତ୍ତାରେ ସେ ଆପଣା ମାତା, ଭ୍ରାତୃବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ । |
|
| 13 |
|
| ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ । |
|
| 14 |
|
| ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ; |
|
| 15 |
|
| ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇପକାଇଲେ; |
|
| 16 |
|
| ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ । |
|
| 17 |
|
| ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା । |
|
| 18 |
|
| ସେଥିରେ ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭ-ମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ? |
|
| 19 |
|
| ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି। |
|
| 20 |
|
| ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ? |
|
| 21 |
|
| କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ଵନ୍ଧରେ କହୁଥିଲେ । |
|
| 22 |
|
| ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ଵାସ କଲେ । |
|
| 23 |
|
| ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବାବେଳେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ଵାସ କଲେ, |
|
| 24 |
|
| କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ଵାସ ନ କରି ସେମାନଙ୍କ-ଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ, |
|
| 25 |
|
| ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣୁଥିଲେ । |
|
|
|
|