|
| 1 |
|
| କାଇସରିଆ ନଗରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତସେନାପତି ଥିଲେ; |
|
| 2 |
|
| ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ଵରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ଵରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ । |
|
| 3 |
|
| ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ଵରଙ୍କର ଜଣେ ଦୂତ ତାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ । |
|
| 4 |
|
| ସେଥିରେ ସେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ, କଅଣ? ସେ ତାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ଵରୂପେ ଊର୍ଦ୍ଧ୍ଵରେ ଈଶ୍ଵରଙ୍କ ଛାମୁରେ ଉଠିଅଛି । |
|
| 5 |
|
| ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାଙ୍କ ଉପନାମ ପିତର; |
|
| 6 |
|
| ସେ ଶିମୋନ ନାମକ ଜଣେ ଚର୍ମକାରଙ୍କ ଅତିଥି ସ୍ଵରୂପେ ବାସ କରୁଅଛନ୍ତି, ତାଙ୍କ ଘର ସମୁଦ୍ର କୂଳରେ । |
|
| 7 |
|
| ତାଙ୍କ ସାଙ୍ଗରେ କଥା କହୁଥିବା ଦୂତ ପ୍ରସ୍ଥାନ କଲା ଉତ୍ତାରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି ତାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ, |
|
| 8 |
|
| ଆଉ ସେମାନଙ୍କୁ ସମସ୍ତ କଥା ବୁଝାଇ ଯାଫୋକୁ ପଠାଇଲେ । |
|
| 9 |
|
| ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ, |
|
| 10 |
|
| ଆଉ ସେ କ୍ଷୁଧିତ ହୋଇ ଭୋଜନ କରିବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ପାଇ ଦେଖିଲେ, |
|
| 11 |
|
| ଆକାଶ ଉନ୍ମୁକ୍ତ ହୋଇଅଛି, ପୁଣି ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି; |
|
| 12 |
|
| ସେଥିରେ ପୃଥିବୀର ସର୍ବପ୍ରକାର ଚତୁଷ୍ପଦ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି । |
|
| 13 |
|
| ଆଉ, ତାଙ୍କ ପ୍ରତି ଏହି ବାଣୀ ହେଲା, ହେ ପିତର, ଉଠ, ବଧ କରି ଭୋଜନ କର । |
|
| 14 |
|
| କିନ୍ତୁ ପିତର କହିଲେ, ନାହିଁ, ପ୍ରଭୋ, ମୁଁ କେବେ ହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଭୋଜନ କରି ନାହିଁ । |
|
| 15 |
|
| ପୁନଶ୍ଚ ଦ୍ଵିତୀୟ ଥର ତାଙ୍କ ପ୍ରତି ଏହି ବାଣୀ ହେଲା, ଈଶ୍ଵର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ । |
|
| 16 |
|
| ଏହି ପ୍ରକାର ତିନି ଥର ହେଲା, ଆଉ ତତ୍କ୍ଷଣାତ୍ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା । |
|
| 17 |
|
| ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ହତବୁଦ୍ଧି ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ଵାର ନିକଟରେ ଠିଆ ହୋଇ, |
|
| 18 |
|
| ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ଵରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ । |
|
| 19 |
|
| ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି । |
|
| 20 |
|
| ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ । |
|
| 21 |
|
| ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି । ତୁମ୍ଭମାନଙ୍କ ଆସିବାର କାରଣ କଅଣ? |
|
| 22 |
|
| ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ଵରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତିପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ଵାରା ପ୍ରତ୍ୟାଦେଶ ପାଇଅଛନ୍ତି । |
|
| 23 |
|
| ସେଥିରେ ସେ ସେମାନଙ୍କୁ ଭିତରକୁ ଡାକିନେଇ ସେମାନଙ୍କର ଆତିଥ୍ୟ କଲେ । ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି ଯାଫୋ ନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାଙ୍କ ସାଙ୍ଗରେ ଗଲେ । |
|
| 24 |
|
| ପରଦିନ ସେମାନେ କାଇସରିଆରେ ପ୍ରବେଶ କଲେ, ଆଉ, କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ । |
|
| 25 |
|
| ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାଙ୍କୁ ଭେଟି ଚରଣ ତଳେ ପଡ଼ି ତାଙ୍କୁ ପ୍ରଣାମ କଲେ । |
|
| 26 |
|
| କିନ୍ତୁ ପିତର ତାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ । |
|
| 27 |
|
| ସେଥିରେ ସେ ତାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି, |
|
| 28 |
|
| ଆଉ ସେ ସେମାନଙ୍କୁ କହିଲେ, ଅନ୍ୟ ଜାତିର କୌଣସି ଲୋକ ସାଙ୍ଗରେ ମିଶିବା କିମ୍ଵା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ଵର ମୋତେ ଦେଖାଇଅଛନ୍ତି । |
|
| 29 |
|
| ସେଥିପାଇଁ ମୋତେ ଆହ୍ଵାନ କରାଯିବାମାତ୍ର ମୁଁ ମଧ୍ୟ ଆପତ୍ତି ନ କରି ଆସିଲି । ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି? |
|
| 30 |
|
| କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟରେ ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ଵଳ ବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋʼ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି; |
|
| 31 |
|
| ପୁଣି, ତୁମ୍ଭର ଦାନସବୁ ଈଶ୍ଵରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି । |
|
| 32 |
|
| ଅତଏବ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ର କୂଳରେ ଶିମୋନ ଚର୍ମକାରଙ୍କ ଗୃହରେ ଅତିଥି ସ୍ଵରୂପେ ବାସ କରୁଅଛନ୍ତି । |
|
| 33 |
|
| ଏନିମନ୍ତେ ମୁଁ ଅବିଳମ୍ଵରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି । ଅତଏବ, ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ଵରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ । |
|
| 34 |
|
| ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ଵର ଯେ ମୁଖାପେକ୍ଷା କରନ୍ତି ନାହିଁ, |
|
| 35 |
|
| କିନ୍ତୁ ପ୍ରତ୍ୟେକ ଜାତିରେ ଯେକେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି । |
|
| 36 |
|
| ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ । |
|
| 37 |
|
| ଯୋହନଙ୍କ ପ୍ରଚାରିତ ବାପ୍ତିସ୍ମ ପରେ ଗାଲିଲୀଠାରୁ ଆରମ୍ଭ କରି ସମୁଦାୟ ଯିହୁଦା ପ୍ରଦେଶରେ ଯାହା ଘଟିଲା, ସେଥିର ବିବରଣ ଆପଣମାନେ ଜାଣନ୍ତି, |
|
| 38 |
|
| ଅର୍ଥାତ୍, ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ଵର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ଵର ତାହାଙ୍କ ସହବର୍ତ୍ତୀ ଥିଲେ । |
|
| 39 |
|
| ପୁଣି, ସେ ଯିହୁଦୀମାନଙ୍କ ଦେଶ ଓ ଯିରୂଶାଲମରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ । |
|
| 40 |
|
| ତାହାଙ୍କୁ ଈଶ୍ଵର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ; |
|
| 41 |
|
| ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ଵରଙ୍କ ଦ୍ଵାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କଲା ଉତ୍ତାରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ, |
|
| 42 |
|
| ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ଵର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ । |
|
| 43 |
|
| ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଯେ ତାହାଙ୍କ ନାମରେ ପାପକ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି । |
|
| 44 |
|
| ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ । |
|
| 45 |
|
| ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତି ବିଶ୍ଵାସୀମାନେ ସମସ୍ତେ ବିଜାତିମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଵିତ ହେଲେ; |
|
| 46 |
|
| କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ଵରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ । |
|
| 47 |
|
| ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ ହୋଇଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କି କେହି ଜଳ ନିଷେଧ କରି ପାରେ? |
|
| 48 |
|
| ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ଦେବା ନିମନ୍ତେ ଆଦେଶ ଦେଲେ । ପରେ ସେମାନେ କିଛି ଦିନ ରହିବା ପାଇଁ ତାଙ୍କୁ ଅନୁରୋଧ କଲେ । |
|
|
|
|