ଓଡିଆ ବାଇବେଲ
|
| 1 |
| ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ । |
| 2 |
| ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା । |
| 3 |
| ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି? |
| 4 |
| ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଲ । |
| 5 |
| ଏହି ସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା । ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ । |
| 6 |
| ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ । |
| 7 |
| ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କ'ଣ ଘଟିଅଛି, ତାହା ସେ ଜାଣି ନ ଥିଲା । |
| 8 |
| ଆଉ, ପିତର ତାହାକୁ ଉତ୍ତର ଦେଲେ, "କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ"? ସେ କହିଲା, ହଁ, ସେତିକିରେ । |
| 9 |
| ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ"? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ । |
| 10 |
| ସେହିକ୍ଷଣୀ ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ । |
| 11 |
| ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହି ସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ । |
| 12 |
| ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ, |
| 13 |
| କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହି ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ, |
| 14 |
| ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ, |
| 15 |
| ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ । |
| 16 |
| ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ । |
| 17 |
| ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ଜ୍ୱଳିତ ହୋଇ ଉଠିଲେ |
| 18 |
| ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ । |
| 19 |
| କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ, |
| 20 |
| "ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ" । |
| 21 |
| ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ । |
| 22 |
| କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରିଆସି କହିଲେ, |
| 23 |
| "ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ ।" |
| 24 |
| ଏହି ସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କ'ଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ । |
| 25 |
| ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି । |
| 26 |
| ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ,ଏହା ଭୟ କରୁଥିଲେ । |
| 27 |
| ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ । ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ, |
| 28 |
| "ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।" |
| 29 |
| କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ । |
| 30 |
| ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି । |
| 31 |
| ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି । |
| 32 |
| ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ୱର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ । |
| 33 |
| ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ । |
| 34 |
| କିନ୍ତୁ ଗମଲୀୟେଲ୍ ନାମକ ଜଣେ ଫାରୂଶୀ, ଯେ କି ମୋଶାଙ୍କ ବ୍ୟବସ୍ଥା ଶିକ୍ଷକ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ, |
| 35 |
| ପୁଣି, ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କ'ଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେହି ବିଷୟରେ ସାବଧାନ ହେଉନ୍ତୁ । |
| 36 |
| କାରଣ ଏଥିପୂୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରି ଶହ ଲୋକ ତାହା ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି, ଯେତେ ଲୋକ ତାହାର ଅନୁସରଣ କଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ଓ ବିଫଳ ହେଲେ । |
| 37 |
| ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପାଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ । |
| 38 |
| ଏବେ ମୁଁ ଆପଣମାନଙ୍କୁ କହୁଅଛି, ଆପଣମାନେ ଏହି ଲୋକମାନଙ୍କ ପ୍ରତି କିଛି ନ କରି ସେମାନଙ୍କୁ ଛାଡ଼ିଦିଅନ୍ତୁ, କାରଣ ଏହି ମନ୍ତ୍ରଣା ବା ଏହି କର୍ମ ଯଦି ମନୁଷ୍ୟଠାରୁ ହୋଇଥାଏ, ତାହାହେଲେ ତା'ହା ଉଚ୍ଛିନ୍ନ ହୋଇଯିବ; |
| 39 |
| କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ । |
| 40 |
| ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ । |
| 41 |
| ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ; |
| 42 |
| ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ,ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ । |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv2017/acts/005.mp3
28
5