|
| 1 |
|
| ତେବେ ମୁଁ କହେ, ଈଶ୍ଵର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକମ। |
|
| 2 |
|
| ଈଶ୍ଵର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି । ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ଵରଙ୍କଠାରେ ନିବେଦନ କରନ୍ତି, |
|
| 3 |
|
| “ପ୍ରଭୋ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ଯଜ୍ଞବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି ।” |
|
| 4 |
|
| କିନ୍ତୁ ତାଙ୍କୁ ଈଶ୍ଵର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ ।” |
|
| 5 |
|
| ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି । |
|
| 6 |
|
| କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ । |
|
| 7 |
|
| ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ; |
|
| 8 |
|
| ଯେପରି ଲେଖାଅଛି, “ଈଶ୍ଵର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ । |
|
| 9 |
|
| ପୁଣି ଦାଉଦ କହନ୍ତି, “ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧ ସ୍ଵରୂପ ହେଉ ।” |
|
| 10 |
|
| ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍ଜ କରି ରଖ । |
|
| 11 |
|
| ତେବେ ମୁଁ କହେ, ସେମାନେ କଅଣ ବିନଷ୍ଟ ହେବା ନିମନ୍ତେ ଝୁଣ୍ଟିଲେ? ତାହା କେବେ ହେଁ ନ ହେଉ, ବରଂ ସେମାନଙ୍କୁ ଉଦ୍ଯୋଗୀ କରିବା ନିମନ୍ତେ ସେମାନଙ୍କ ପତନ ଦ୍ଵାରା ବିଜାତିମାନଙ୍କ ନିକଟରେ ପରିତ୍ରାଣ ଉପସ୍ଥିତ ହୋଇଅଛି । |
|
| 12 |
|
| ଯଦି ସେମାନଙ୍କର ପତନ ଜଗତର ଧନ ସ୍ଵରୂପ, ଆଉ ସେମାନଙ୍କର ହ୍ରାସ ବିଜାତିମାନଙ୍କ ଧନ ସ୍ଵରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ଵରୂପ ନ ହେବ! |
|
| 13 |
|
| କିନ୍ତୁ ବିଜାତି ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି । ମୁଁ ବିଜାତିମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି, |
|
| 14 |
|
| ଯେପରି କୌଣସି ପ୍ରକାରେ ମୋହର ସ୍ଵଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ । |
|
| 15 |
|
| କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ଵାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ଵାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ? |
|
| 16 |
|
| ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର । |
|
| 17 |
|
| କିନ୍ତୁ ଯଦି କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତ ବୃକ୍ଷର ଶାଖା ହେଲେ ହେଁ ସେହିସବୁ ମଧ୍ୟରେ କଲମ କରାଗଲ, ପୁଣି ସେମାନଙ୍କ ସହିତ ଜୀତ ବୃକ୍ଷମୂଳର ରସର ଅଂଶୀ ହେଲ, |
|
| 18 |
|
| ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ । |
|
| 19 |
|
| ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇ ପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି । |
|
| 20 |
|
| ଭଲ କଥା, ସେମାନଙ୍କର ଅବିଶ୍ଵାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ଵାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ । ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର; |
|
| 21 |
|
| କାରଣ ଯଦି ଈଶ୍ଵର ସ୍ଵାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ । |
|
| 22 |
|
| ଅତଏବ, ଈଶ୍ଵରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ଵରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ । |
|
| 23 |
|
| ଆଉ, ସେମାନେ ଯଦି ଅବିଶ୍ଵାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ଵର ସମର୍ଥ ଅଟନ୍ତି । |
|
| 24 |
|
| କାରଣ ଯାହା ସ୍ଵଭାବତଃ ବନ୍ୟ ଜୀତ ବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ଵାଭାବିକଭାବେ ଉତ୍ତମ ଜୀତ ବୃକ୍ଷରେ କଲମ କରାଗଲ, ତେବେ ସ୍ଵାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତ ବୃକ୍ଷରେ କଲମ କରାଯିବେଣ! |
|
| 25 |
|
| କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ ତତ୍ତ୍ଵ ସମ୍ଵନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ବିଜାତିମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛ୍ରି; |
|
| 26 |
|
| ଆଉ, ଏହିପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ ।” |
|
| 27 |
|
| ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ । |
|
| 28 |
|
| ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ପ୍ରିୟପାତ୍ର । |
|
| 29 |
|
| କାରଣ, ଈଶ୍ଵରଙ୍କ ଦାନସମୂହ ଓ ଆହ୍ଵାନ ଅନ୍ୟଥା ହୁଏ ନାହିଁ । |
|
| 30 |
|
| ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ଵରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ଵାରା ଦୟା ପ୍ରାପ୍ତ ହୋଇଅଛ, |
|
| 31 |
|
| ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ଵାରା ଏମାନେ ସୁଦ୍ଧା ଏବେ ଦୟାପ୍ରାପ୍ତ ହୁଅନ୍ତି । |
|
| 32 |
|
| କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ଵର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି । |
|
| 33 |
|
| ଆହା! ଈଶ୍ଵରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀରଣ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ଅନନୁସନ୍ଧେୟ! |
|
| 34 |
|
| କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ଵା ତାହାଙ୍କର ମନ୍ତ୍ରୀ କିଏ ହୋଇଅଛି? |
|
| 35 |
|
| ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାକୁ ପ୍ରତିଦାନ କରାଯିବ? |
|
| 36 |
|
| ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍ । |
|
|
|
|