|
| 1 |
|
| କେଙ୍କ୍ରେୟା ସହରରେ ଥିବା ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଉଣୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, |
|
| 2 |
|
| ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାହାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାହାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋʼ ନିଜର ଉପକାର କରିଅଛନ୍ତି। |
|
| 3 |
|
| “ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ; |
|
| 4 |
|
| ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି; |
|
| 5 |
|
| ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି। |
|
| 6 |
|
| ମରୀୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ। |
|
| 7 |
|
| ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି। |
|
| 8 |
|
| ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ। |
|
| 9 |
|
| ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ। |
|
| 10 |
|
| ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ। ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ। |
|
| 11 |
|
| ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ। |
|
| 12 |
|
| ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ। ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି। |
|
| 13 |
|
| ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋହର ମାତା ସ୍ୱରୂପ। |
|
| 14 |
|
| ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା, ହର୍ମାସ୍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ। |
|
| 15 |
|
| ଫିଲଲଗ ଓ ଯୂଲିଅ, ନୀରୂସ୍ ଓ ତାହାଙ୍କ ଭଉଣୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ। |
|
| 16 |
|
| ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।” |
|
| 17 |
|
| ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି; |
|
| 18 |
|
| କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି। |
|
| 19 |
|
| ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା। |
|
| 20 |
|
| ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। |
|
| 21 |
|
| ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। |
|
| 22 |
|
| ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି। |
|
| 23 |
|
| ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। |
|
| 24 |
|
| [ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।] |
|
| 25 |
|
| ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା, |
|
| 26 |
|
| ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି, |
|
| 27 |
|
| ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍। |
|
|
|
|