|
| 1 |
|
| ତେବେ ଯିହୂଦୀ ଲୋକର ବିଶେଷ କ'ଣ? ସୁନ୍ନତର ବା ଉପକାର କ'ଣ? ସବୁ ପ୍ରକାରେ ବହୁତ । |
|
| 2 |
|
| ସର୍ବପ୍ରଥମେ, ଈଶ୍ୱରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା । |
|
| 3 |
|
| ତେବେ କ'ଣ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ୱସ୍ତତା କ'ଣ ଈଶ୍ୱରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ? |
|
| 4 |
|
| ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, "ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ ।'' |
|
| 5 |
|
| କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ୱରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟ ଭାବରେ କହୁଅଛି । |
|
| 6 |
|
| ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ୱର କିପରି ଜଗତର ବିଚାର କରିବେ? |
|
| 7 |
|
| କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ୱରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି? |
|
| 8 |
|
| ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ । |
|
| 9 |
|
| ତେବେ କ'ଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ, |
|
| 10 |
|
| ଯେପରି ଲେଖା ଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ, |
|
| 11 |
|
| ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ୱରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ; |
|
| 12 |
|
| ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ । |
|
| 13 |
|
| ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି, |
|
| 14 |
|
| ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣ; |
|
| 15 |
|
| ସେମାନଙ୍କ ପାଦ ରକ୍ତପାତ କରିବାକୁ ଦ୍ରୁତଗାମୀ, |
|
| 16 |
|
| ସେମାନଙ୍କ ପଥରେ ବିନାଶ ଓ କ୍ଳେଶ, |
|
| 17 |
|
| ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ । |
|
| 18 |
|
| ଈଶ୍ୱରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ । |
|
| 19 |
|
| ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ; |
|
| 20 |
|
| କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ । |
|
| 21 |
|
| କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ୱରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି, |
|
| 22 |
|
| ଅର୍ଥାତ୍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ, |
|
| 23 |
|
| ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ୱରଙ୍କ ଗୌରବରହିତ ହୋଇଅଛନ୍ତି, |
|
| 24 |
|
| ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି । |
|
| 25 |
|
| ଈଶ୍ୱର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି, |
|
| 26 |
|
| ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି । |
|
| 27 |
|
| ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା । କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା? କ୍ରିୟାକର୍ମ ଦ୍ୱାରା? ନୁହେଁ, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା । |
|
| 28 |
|
| ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ। |
|
| 29 |
|
| କିମ୍ବା ଈଶ୍ୱର କି କେବଳ ଯିହୂଦୀମାନଙ୍କର ଈଶ୍ୱର? ସେ କି ଅଣଯିହୂଦୀମାନଙ୍କର ମଧ୍ୟ ଈଶ୍ୱର ନୁହଁନ୍ତି? ହଁ, ଅଣଯିହୂଦୀମାନଙ୍କର ମଧ୍ୟ । |
|
| 30 |
|
| କାରଣ ଈଶ୍ୱର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ । |
|
| 31 |
|
| ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ । |
|
|
|
|