ଓଡିଆ ବାଇବେଲ
|
| 1 |
| ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି, |
| 2 |
| ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋ' ସହିତ ସାକ୍ଷ୍ୟ ଦେଉଅଛି । |
| 3 |
| କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି । |
| 4 |
| ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର; |
| 5 |
| ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍ । |
| 6 |
| କିନ୍ତୁ ଈଶ୍ୱରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ । କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ, |
| 7 |
| କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ "ଇସ୍ହାକଠାରେ ତୁମ୍ଭର ବଂଶ ଖ୍ୟାତ ହେବ" । |
| 8 |
| ଏଥିର ଅର୍ଥ ଏହି, ଶାରୀରିକ ଭାବେ ଯେଉଁମାନେ ସନ୍ତାନ, ସେମାନେ ଯେ ଈଶ୍ୱରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି । |
| 9 |
| କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ । |
| 10 |
| ଆଉ କେବଳ ତାହା ନୁହେଁ, କିନ୍ତୁ ରିବିକା ମଧ୍ୟ ଜଣେ ବ୍ୟକ୍ତିଙ୍କ ଦ୍ୱାରା, ଅର୍ଥାତ୍ ଆମ୍ଭମାନଙ୍କ ପିତୃପୁରୁଷ ଇସ୍ହାକଙ୍କ ଦ୍ୱାରା ଗର୍ଭବତୀ ହେଲା ଉତ୍ତାରେ, |
| 11 |
| ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ବା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ୱାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନାନୁସାରେ ଈଶ୍ୱରଙ୍କ ସଂକଳ୍ପ ଯେପରି ସ୍ଥିର ରହେ, |
| 12 |
| ଏଥି ନିମନ୍ତେ ଏହି କଥା ତାଙ୍କୁ କୁହାଯାଇଥିଲା, "ଜ୍ୟୋଷ୍ଠ କନିଷ୍ଠର ଦାସ ହେବ; |
| 13 |
| ଯେପରି ଲେଖା ଅଛି, "ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ ।' |
| 14 |
| ତେବେ ଆମ୍ଭେମାନେ କ'ଣ କହିବା? ଈଶ୍ୱରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ । |
| 15 |
| କାରଣ ସେ ମୋଶାଙ୍କୁ କହନ୍ତି, ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା । |
| 16 |
| ଅତଏବ, ଯେ ଇଚ୍ଛା କରେ, କିମ୍ବା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ୱରଙ୍କଠାରୁ ହୁଏ । |
| 17 |
| ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ । |
| 18 |
| ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି । |
| 19 |
| ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରି ପାରେ? |
| 20 |
| କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଈଶ୍ୱରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି? |
| 21 |
| କିମ୍ବା ଗୋଟିଏ ମାଟିପିଣ୍ଡୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ? |
| 22 |
| କିନ୍ତୁ ଈଶ୍ୱର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି, |
| 23 |
| ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କ'ଣ କହିବ? |
| 24 |
| ସେଥିନିମନ୍ତେ ତ ସେ କେବଳ ଯିହୂଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୂଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, |
| 25 |
| ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, "ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା ।' |
| 26 |
| "ପୁଣି, ଯେଉଁ ସ୍ଥାନରେ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ୱରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ ।" |
| 27 |
| ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, "ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;" |
| 28 |
| "ଯେଣୁ ପ୍ରଭୁ ପୃଥିବୀରେ ଆପଣା ବାକ୍ୟ ସାଧନ କରିବେ, ସେ ତାହା ସମ୍ପୂର୍ଣ୍ଣ ରୂପେ ସଂକ୍ଷିପ୍ତରେ କରିବେ ।' |
| 29 |
| ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, "ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ ।" |
| 30 |
| ତେବେ, ଆମ୍ଭେମାନେ କ'ଣ କହିବା? ଯେଉଁ ଅଣଯିହୂଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି । |
| 31 |
| କିନ୍ତୁ ଇସ୍ରାଏଲ ଧାର୍ମିକତାର ମୋଶାଙ୍କ ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ । |
| 32 |
| କାହିଁକି? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ । ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ, |
| 33 |
| ଯେପରି ଲେଖା ଅଛି, "ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ" । |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv2017/romans/009.mp3
16
9