|
| 1 |
|
| ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା |
|
| 2 |
|
| କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ ନିକଟକୁ ଲେଖୁଅଛନ୍ତି; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ, |
|
| 3 |
|
| ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ । |
|
| 4 |
|
| ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦତ୍ତ ଈଶ୍ଵରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି, |
|
| 5 |
|
| କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ; |
|
| 6 |
|
| ଏହିପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି । |
|
| 7 |
|
| ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହ-ଦାନରେ ଊଣା ପଡ଼ୁ ନାହଁ; |
|
| 8 |
|
| ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ । |
|
| 9 |
|
| ଈଶ୍ଵର ବିଶ୍ଵାସ୍ୟ, ଯାହାଙ୍କ ଦ୍ଵାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ । |
|
| 10 |
|
| ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ । |
|
| 11 |
|
| କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋʼ ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି । |
|
| 12 |
|
| ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କେଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର । |
|
| 13 |
|
| ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ଵା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ? |
|
| 14 |
|
| କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ, |
|
| 15 |
|
| ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକି ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ଵରଙ୍କୁ ଧନ୍ୟବାଦ ଦିଏ । |
|
| 16 |
|
| ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି; ଏହା ଛଡ଼ା ମୁଁ ଆଉ କାହାରିକି ବାପ୍ତିସ୍ମ ଦେଇଅଛି ବୋଲି ମୋର ମନେ ପଡ଼ୁ ନାହିଁ । |
|
| 17 |
|
| କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କଲେ ନାହିଁ, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କଲେ; ତାହା ମଧ୍ୟ ବାକ୍ୟାଡ଼ମ୍ଵରରେ ନୁହେଁ, କାଳେ ଖ୍ରୀଷ୍ଟଙ୍କ କ୍ରୁଶ ବ୍ୟର୍ଥ ହୁଏ । |
|
| 18 |
|
| କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ଵରଙ୍କ ଶକ୍ତି ଅଟେ । |
|
| 19 |
|
| ଯେଣୁ ଏହା ଲେଖା ଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା ।” |
|
| 20 |
|
| ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ଵର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି? |
|
| 21 |
|
| କାରଣ ଈଶ୍ଵରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ଵାରା ଈଶ୍ଵରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ଵାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ଵର ସନ୍ତୁଷ୍ଟ ହେଲେ । |
|
| 22 |
|
| କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍ମାନେ ଜ୍ଞାନ ଅନ୍ଵେଷଣ କରନ୍ତି, |
|
| 23 |
|
| କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ଵରୂପ ଓ ବିଜାତିମାନଙ୍କ ନିମନ୍ତେ ମୂର୍ଖତାସ୍ଵରୂପ, |
|
| 24 |
|
| କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ଵରଙ୍କ ଶକ୍ତି ଓ ଈଶ୍ଵରଙ୍କ ଜ୍ଞାନସ୍ଵରୂପ ଅଟନ୍ତି । |
|
| 25 |
|
| ଯେଣୁ ଈଶ୍ଵରଙ୍କ ମୂର୍ଖ ବିଷୟ ମନୁଷ୍ୟର ଜ୍ଞାନ ଅପେକ୍ଷା ଅଧିକ ଜ୍ଞାନପୂର୍ଣ୍ଣ, ଆଉ ଈଶ୍ଵରଙ୍କ ଦୁର୍ବଳ ବିଷୟ ମନୁଷ୍ୟର ବଳ ଅପେକ୍ଷା ଅଧିକ ବଳବାନ । |
|
| 26 |
|
| କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ଵାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି; |
|
| 27 |
|
| କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ଵରଙ୍କ ଛାମୁରେ ଗର୍ବ ନ କରେ, |
|
| 28 |
|
| ଏଥିପାଇଁ ଈଶ୍ଵର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ଵର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ, |
|
| 29 |
|
| ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ଵର ଜଗତର ନୀଚ ଓ ତୁଚ୍ଛ ବିଷୟଗୁଡ଼ିକ, ହଁ, ନଗଣ୍ୟ ବିଷୟଗୁଡ଼ିକ ମନୋନୀତ କଲେ । |
|
| 30 |
|
| କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ଵରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ଵରୂପ ହୋଇଅଛନ୍ତି । |
|
| 31 |
|
| ଅତଏବ, ଯେପରି ଲେଖାଅଛି, “ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ ।” |
|
|
|
|