ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ। |
| 2 |
| ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୁଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ। |
| 3 |
| ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ। |
| 4 |
| ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ; |
| 5 |
| ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ; |
| 6 |
| କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି। |
| 7 |
| କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ। |
| 8 |
| କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ, |
| 9 |
| ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି, |
| 10 |
| ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ। |
| 11 |
| କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି। |
| 12 |
| କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ। |
| 13 |
| ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ। |
| 14 |
| କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ। |
| 15 |
| ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ। |
| 16 |
| ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ। |
| 17 |
| ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଂଘିବା କେଉଁଠାରେ? |
| 18 |
| କିନ୍ତୁ ଈଶ୍ବର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି। |
| 19 |
| ଆଉ, ଯଦି ସେ ସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ? |
| 20 |
| କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ। |
| 21 |
| ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ। |
| 22 |
| ବରଂ ଅନ୍ୟ ପକ୍ଷରେ ଶରୀରର ଯେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକାନ୍ତ ପ୍ରୟୋଜନୀୟ; |
| 23 |
| ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ, |
| 24 |
| କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ। |
| 25 |
| ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ବର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି। |
| 26 |
| ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି। |
| 27 |
| ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ। |
| 28 |
| ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି। |
| 29 |
| ସମସ୍ତେ କି ପ୍ରେରିତ? ସମସ୍ତେ କି ଭାବବାଦୀ? ସମସ୍ତେ କି ଶିକ୍ଷକ? ସମସ୍ତେ କି ଶକ୍ତିର କାର୍ଯ୍ୟସାଧକ? |
| 30 |
| ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି? |
| 31 |
| କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର। ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/1corinthians/012.mp3
16
12