ପବିତ୍ର ବାଇବଲ (OROV) 2014
|
| 1 |
| ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଶଦ୍ଦକାରକ ଘଣ୍ଟା କିମ୍ଵା ଝମ୍ ଝମ୍ ଶଦ୍ଦକାରୀ କରତାଳ ସ୍ଵରୂପ ହୋଇଅଛି । |
| 2 |
| ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ ତତ୍ତ୍ଵ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ । |
| 3 |
| ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ଵ ବିତରଣ କରେ, ପୁଣି ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ । |
| 4 |
| ପ୍ରେମ ଦୀର୍ଘସହିଷ୍ଣୁ, ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, |
| 5 |
| ଅନୁଚିତ ବ୍ୟବହାର କରେ ନାହିଁ, ସ୍ଵାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, |
| 6 |
| ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; |
| 7 |
| ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ଵାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ । |
| 8 |
| ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ । |
| 9 |
| କାରଣ ଆମ୍ଭେମାନେ ଆଂଶିକଭାବେ ଜାଣୁ ଓ ଆଂଶିକଭାବେ ଭାବବାଣୀ କହୁ । |
| 10 |
| କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ । |
| 11 |
| ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି । |
| 12 |
| କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖୀ ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି । |
| 13 |
| ଅତଏବ ବିଶ୍ଵାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/1corinthians/013.mp3
16
13