|
| 1 |
|
| ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ । |
|
| 2 |
|
| କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି । |
|
| 3 |
|
| ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି; |
|
| 4 |
|
| ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ୱରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ, |
|
| 5 |
|
| ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣ- ଯୁକ୍ତ ହୋଇଥିଲା । |
|
| 6 |
|
| ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ, |
|
| 7 |
|
| ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ । |
|
| 8 |
|
| ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାଁନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ; |
|
| 9 |
|
| କିନ୍ତୁ ଯେପରି ଲେଖା ଅଛି, "ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି" । |
|
| 10 |
|
| କିନ୍ତୁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ୱରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି । |
|
| 11 |
|
| କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ୱରଙ୍କ ବିଷୟସବୁ ଈଶ୍ୱରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ । |
|
| 12 |
|
| ଯେପରି ଈଶ୍ୱରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ୱରଙ୍କ ଆତ୍ମା ପାଇଅଛୁ । |
|
| 13 |
|
| ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ । |
|
| 14 |
|
| କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ୱରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହି ସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହି ସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ । |
|
| 15 |
|
| ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତା'ର ବିଚାର କରେ ନାହିଁ । |
|
| 16 |
|
| କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ? କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ । |
|
|
|
|