|
| 1 |
|
| ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି । |
|
| 2 |
|
| ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ, |
|
| 3 |
|
| ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ । କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ଵଭାବ ଅନୁସାରେ କି ଆଚରଣ କରୁନାହଁ? |
|
| 4 |
|
| ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ⇧ ⇧ ନୁହଁ? |
|
| 5 |
|
| ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ଵାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ଵାସ କରିଅଛ । |
|
| 6 |
|
| ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ଵର ବୃଦ୍ଧି ସାଧନ କରିଅଛନ୍ତି । |
|
| 7 |
|
| ଅତଏବ, ଯେ ରୋପଣ କରେ କିମ୍ଵା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ଵର, ସେ ସାର । |
|
| 8 |
|
| ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ । |
|
| 9 |
|
| କାରଣ ଆମ୍ଭେମାନେ ଈଶ୍ଵରଙ୍କ ସହକର୍ମୀ; ତୁମ୍ଭେମାନେ ଈଶ୍ଵରଙ୍କ କ୍ଷେତ୍ର, ଈଶ୍ଵରଙ୍କ ଗୃହ । |
|
| 10 |
|
| ମୋତେ ଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି । କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ଵନ୍ଧରେ ସାବଧାନ ହେଉ । |
|
| 11 |
|
| କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ । |
|
| 12 |
|
| କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ, |
|
| 13 |
|
| ତାହାହେଲେ ପ୍ରତ୍ୟେକ ଜଣର କର୍ମ କିପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହିଦିନ ତାହା ପ୍ରକାଶ କରିବ, ଯେଣୁ ସେହିଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କିପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ । |
|
| 14 |
|
| ଯେ ଯାହା ନିର୍ମାଣ କରିଅଛି, ତାʼର ସେହି କର୍ମ ଯଦି ରହିବ, ତେବେ ସେ ପୁରସ୍କାର ପାଇବ; |
|
| 15 |
|
| ଯଦି କାହାରି କର୍ମ ପୋଡ଼ିଯିବ, ତାʼର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ । |
|
| 16 |
|
| ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ଵରଙ୍କ ମନ୍ଦିର, ଆଉ ଈଶ୍ଵରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି; |
|
| 17 |
|
| ଯଦି କୌଣସି ଲୋକ ଈଶ୍ଵରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ଵର ତାକୁ ନଷ୍ଟ କରିବେ; କାରଣ ଈଶ୍ଵରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ । |
|
| 18 |
|
| କେହି ଆପଣାକୁ ପ୍ରବଞ୍ଚନା ନ କରୁ । ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ । |
|
| 19 |
|
| କାରଣ ଏହି ଜଗତର ଜ୍ଞାନ ଈଶ୍ଵରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତିନ୍ତ” |
|
| 20 |
|
| ପୁନଶ୍ଚ, “ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି ।” |
|
| 21 |
|
| ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ; |
|
| 22 |
|
| କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର; ପାଉଲ କୁହ କି ଆପଲ୍ଲ କୁହ କି କେଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର, |
|
| 23 |
|
| କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ପୁଣି ଖ୍ରୀଷ୍ଟ ଈଶ୍ଵରଙ୍କର । |
|
|
|
|