|
| 1 |
|
| ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ। |
|
| 2 |
|
| ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ। |
|
| 3 |
|
| କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ। |
|
| 4 |
|
| କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ। |
|
| 5 |
|
| ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ। |
|
| 6 |
|
| ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ। |
|
| 7 |
|
| କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ? |
|
| 8 |
|
| ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିପାରିଥାଆନ୍ତୁ। |
|
| 9 |
|
| କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ। |
|
| 10 |
|
| ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ। |
|
| 11 |
|
| ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ |
|
| 12 |
|
| ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ, |
|
| 13 |
|
| ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ। |
|
| 14 |
|
| ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି। |
|
| 15 |
|
| କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି। |
|
| 16 |
|
| ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ। |
|
| 17 |
|
| ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ। |
|
| 18 |
|
| ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି। |
|
| 19 |
|
| କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି! |
|
| 20 |
|
| କାରଣ ଈଶ୍ବରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ। |
|
| 21 |
|
| ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଆସିବି ନା ପ୍ରେମ ଓ ମୃଦୁତାର ଆତ୍ମା ଘେନି ଆସିବି? |
|
|
|
|