|
| 1 |
|
| ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ? |
|
| 2 |
|
| ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ଵାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ? |
|
| 3 |
|
| ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ? |
|
| 4 |
|
| ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ଵନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ତଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର? |
|
| 5 |
|
| ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ପାଇଁ ଏହା କହୁଅଛି । ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ? |
|
| 6 |
|
| ମାତ୍ର ଭାଇ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି ଅବିଶ୍ଵାସୀମାନଙ୍କ ନିକଟରେଣ! |
|
| 7 |
|
| ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତା; ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ? |
|
| 8 |
|
| କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି ତାହା ଭାଇମାନଙ୍କ ପ୍ରତି କରୁଅଛ । |
|
| 9 |
|
| ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ |
|
| 10 |
|
| କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । |
|
| 11 |
|
| ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହିପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ । |
|
| 12 |
|
| ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ । |
|
| 13 |
|
| ଖାଦ୍ୟ ଉଦର ନିମନ୍ତେ, ପୁଣି ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ଵର ଉଭୟକୁ ଲୋପ କରିବେ । ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେନ,,ଆଉ ପ୍ରଭୁ ଶରୀର ନିମନ୍ତେ; |
|
| 14 |
|
| ଈଶ୍ଵର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ଵାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ । |
|
| 15 |
|
| ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ଵରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ । |
|
| 16 |
|
| କିମ୍ଵା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ” । |
|
| 17 |
|
| କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ । |
|
| 18 |
|
| ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ । |
|
| 19 |
|
| ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ଵରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁନ୍ତ |
|
| 20 |
|
| କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣା-ଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ଵରଙ୍କ ଗୌରବ ପ୍ରକାଶ କର । |
|
|
|
|