|
| 1 |
|
| ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ; |
|
| 2 |
|
| କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ। |
|
| 3 |
|
| ସ୍ୱାମୀ ସ୍ତ୍ରୀକୁ ତାହାର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତାହାର ପ୍ରାପ୍ୟ ଦେଉ। |
|
| 4 |
|
| ଭାର୍ଯ୍ୟାର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି। |
|
| 5 |
|
| ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ। |
|
| 6 |
|
| କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ। |
|
| 7 |
|
| ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା। ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ଦାନ ପାଇଅଛି। |
|
| 8 |
|
| କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋʼ ପରି ରହିଲେ ସେମାନଙ୍କ ପକ୍ଷରେ ଭଲ। |
|
| 9 |
|
| ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ। |
|
| 10 |
|
| କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ, |
|
| 11 |
|
| (କିନ୍ତୁ ଯଦି ସେ ସ୍ୱାମୀଠାରୁ ପୃଥକ୍ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ। |
|
| 12 |
|
| କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାହାକୁ ପରିତ୍ୟାଗ ନ କରୁ। |
|
| 13 |
|
| ପୁଣି, ଯେଉଁ ସ୍ତ୍ରୀର ଅବିଶ୍ୱାସୀ ସ୍ୱାମୀ ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ। |
|
| 14 |
|
| କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ୱାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ୱାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅଶୁଚି ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର। |
|
| 15 |
|
| ତଥାପି ଯଦି ଅବିଶ୍ୱାସୀ ପୃଥକ୍ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ବର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି। |
|
| 16 |
|
| ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? |
|
| 17 |
|
| କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ। |
|
| 18 |
|
| କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ। କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ସୁନ୍ନତି ନ ହେଉ। |
|
| 19 |
|
| ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର। |
|
| 20 |
|
| ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ। |
|
| 21 |
|
| ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇପାର, ତେବେ ବରଂ ସୁଯୋଗ ଅବଲମ୍ବନ କର। |
|
| 22 |
|
| କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ। |
|
| 23 |
|
| ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି, ସେଥିପାଇଁ ମନୁଷ୍ୟର ଦାସ ହୁଅ ନାହିଁ। |
|
| 24 |
|
| ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ବରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ। |
|
| 25 |
|
| କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଦୟାରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି। |
|
| 26 |
|
| ମୁଁ ମନେ କରେ ଯେ, ମନୁଷ୍ୟ ଯେପରି ଅଛି, ଆସନ୍ନ ଦୁର୍ଦ୍ଦଶା ହେତୁ ସେହିପରି ରହିବା ଭଲ। |
|
| 27 |
|
| ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ। ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ। |
|
| 28 |
|
| କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା। |
|
| 29 |
|
| କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତି ଅଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ। |
|
| 30 |
|
| ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ; |
|
| 31 |
|
| ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି। |
|
| 32 |
|
| କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା। ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ; |
|
| 33 |
|
| କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାହାର ମନ ବିଭକ୍ତ ହୁଏ। |
|
| 34 |
|
| ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ। |
|
| 35 |
|
| ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି। |
|
| 36 |
|
| କିନ୍ତୁ, ଯଦି କୌଣସି ଲୋକ ବିବାହ ପାଇଁ ନିଜ ବାଗ୍ଦତ୍ତା କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହା ପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ। |
|
| 37 |
|
| କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି, ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ। |
|
| 38 |
|
| ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି, ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ। |
|
| 39 |
|
| ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ୱାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ୱାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ୱାଧୀନ। |
|
| 40 |
|
| କିନ୍ତୁ ସେ ଅବିବାହିତ ହୋଇ ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ବରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ। |
|
|
|
|