ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ, |
| 2 |
| ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ। |
| 3 |
| କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ; |
| 4 |
| ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି। |
| 5 |
| କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ। |
| 6 |
| ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି। |
| 7 |
| ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ; |
| 8 |
| ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; |
| 9 |
| ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ; |
| 10 |
| ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ। |
| 11 |
| କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ। |
| 12 |
| ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି। |
| 13 |
| “ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ; |
| 14 |
| କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ। |
| 15 |
| ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ। |
| 16 |
| ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି। |
| 17 |
| କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି; |
| 18 |
| ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/2corinthians/004.mp3
13
4