ଓଡିଆ ବାଇବେଲ
|
| 1 |
| ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା । |
| 2 |
| ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ୱାସରେ ଶୁଣିବା ହେତୁ ଆତ୍ମା ପାଇଥିଲ? |
| 3 |
| ତୁମ୍ଭେମାନେ କ'ଣ ଏପରି ନିର୍ବୋଧ? ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ? |
| 4 |
| ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ? ତାହା କ'ଣ ପ୍ରକୃତରେ ବୃଥା? |
| 5 |
| ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ଶୁଣିବା ହେତୁ କରନ୍ତି? |
| 6 |
| ଯେପରି ଅବ୍ରାହାମ ଈଶ୍ୱରଙ୍କୁ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା । |
| 7 |
| ଅତଏବ ଯେଉଁମାନେ ବିଶ୍ୱାସୀ, ସେମାନେ ଅବ୍ରାହାମଙ୍କର ସନ୍ତାନ । |
| 8 |
| ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, "ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ''। |
| 9 |
| ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ବାସର ପୁରୁଷ ଅବ୍ରାହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି । |
| 10 |
| କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।'' |
| 11 |
| ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, "କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ ।'' |
| 12 |
| ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହି ସବୁ ପାଳନ କରେ, ସେ ସେଥିରେ ବଞ୍ଚିବ । |
| 13 |
| ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ, |
| 14 |
| ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ । |
| 15 |
| ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ । |
| 16 |
| ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ । |
| 17 |
| ମୋହର ଭାବ ଏହି, ଯେଉଁ ନିୟମ ଈଶ୍ୱରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶି ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ଵାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ । |
| 18 |
| କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ୱର ପ୍ରତିଜ୍ଞା ଦ୍ୱାରା ଅବ୍ରାହାମଙ୍କୁ ତାହା ଦାନ କରିଅଛନ୍ତି । |
| 19 |
| ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା । |
| 20 |
| ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ୱର ଏକ । |
| 21 |
| ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ୱରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା । |
| 22 |
| କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି । |
| 23 |
| ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ । |
| 24 |
| ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକସ୍ୱରୂପ ହୋଇଥିଲା । |
| 25 |
| କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧିନରେ ନାହୁଁ । |
| 26 |
| କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ; |
| 27 |
| ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ । |
| 28 |
| ଯିହୂଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ । |
| 29 |
| ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ । |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv2017/galatians/003.mp3
6
3