ଓଡିଆ ବାଇବେଲ
|
| 1 |
| କିନ୍ତୁ ମୁଁ କହୁଅଛି, ଯେତେ ଦିନ ପର୍ଯ୍ୟନ୍ତ ଉତ୍ତରାଧିକାରୀ ନାବାଳକ ଥାଏ, ସେତେ ଦିନ ପର୍ଯ୍ୟନ୍ତ ସେ ସମସ୍ତ ବିଷୟର କର୍ତ୍ତା ହେଲେ ହେଁ କୌଣସି ପ୍ରକାରେ ଦାସଠାରୁ ଭିନ୍ନ ନୁହେଁ, |
| 2 |
| କିନ୍ତୁ ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ସେ ଅଭିଭାବକ ଓ ବେବର୍ତ୍ତାମାନଙ୍କ ଅଧିନରେ ଥାଏ । |
| 3 |
| ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ |
| 4 |
| କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ, |
| 5 |
| ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ । |
| 6 |
| ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି । |
| 7 |
| ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ୱରଙ୍କ କର୍ତ୍ତୃକ ଉତ୍ତରାଧିକାରୀ । |
| 8 |
| ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ; |
| 9 |
| କିନ୍ତୁ ଏବେ ଈଶ୍ୱରଙ୍କ ପରିଚୟ ପାଇଅଛ; ବରଂ ଈଶ୍ୱରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ? |
| 10 |
| ତୁମ୍ଭେମାନେ ବିଶେଷ ବିଶେଷ ଦିନ, ମାସ, ପର୍ବ ଓ ବର୍ଷ ପାଳନ କରିଥାଅ । |
| 11 |
| ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି। |
| 12 |
| ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋ' ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋ' ପ୍ରତି କୌଣସି ଅନ୍ୟାୟ କରି ନାହଁ । |
| 13 |
| କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି |
| 14 |
| ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ୱରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ । |
| 15 |
| ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ । |
| 16 |
| ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି? |
| 17 |
| ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍ଯୋଗୀ ହୁଅ, ଏଥି ନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋ'ଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି । |
| 18 |
| କେବଳ ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ନୁହେଁ, ମାତ୍ର ସବୁ ସମୟରେ ଉତ୍ତମ ବିଷୟରେ ଉଦ୍ଯୋଗୀ ହେବା ଭଲ । |
| 19 |
| ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି । |
| 20 |
| ମୁଁ ଯେପରି ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ଅନ୍ୟ ଭାବରେ କଥା କହି ପାରନ୍ତି, ଏହା ମୋହର ଇଚ୍ଛା; କାରଣ ମୁଁ ତୁମ୍ଭମାନଙ୍କ ବିଷୟରେ ହତବୁଦ୍ଧି ହେଉଅଛି । |
| 21 |
| ମୋଶାଙ୍କ ବ୍ୟବସ୍ଥାର ଅଧିନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ? |
| 22 |
| କାରଣ ଲେଖା ଅଛି, ଅବ୍ରାହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ। |
| 23 |
| ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା । |
| 24 |
| ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ । |
| 25 |
| ହାଗାର, ଏହି ଶବ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି । |
| 26 |
| କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ; |
| 27 |
| ଯେଣୁ ଲେଖା ଅଛି, "ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ ।'' |
| 28 |
| ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ । |
| 29 |
| କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି । |
| 30 |
| ମାତ୍ର ଶାସ୍ତ୍ର କ'ଣ କୁହେ? ଦାସୀ ଓ ତା'ର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ । |
| 31 |
| ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ । |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv2017/galatians/004.mp3
6
4