|
| 1 |
|
| ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ |
|
| 2 |
|
| ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ, |
|
| 3 |
|
| ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି। |
|
| 4 |
|
| ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର; |
|
| 5 |
|
| ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା, |
|
| 6 |
|
| ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି; |
|
| 7 |
|
| ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି। |
|
| 8 |
|
| ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ, |
|
| 9 |
|
| ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି, |
|
| 10 |
|
| ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ, |
|
| 11 |
|
| ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ; |
|
| 12 |
|
| ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ। |
|
| 13 |
|
| ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ। |
|
| 14 |
|
| ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ, |
|
| 15 |
|
| ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି, |
|
| 16 |
|
| ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି, |
|
| 17 |
|
| ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି, |
|
| 18 |
|
| ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ, |
|
| 19 |
|
| ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ। |
|
| 20 |
|
| ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି, |
|
| 21 |
|
| ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍। |
|
|
|
|