|
| 1 |
|
| ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, |
|
| 2 |
|
| ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ; |
|
| 3 |
|
| ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ। |
|
| 4 |
|
| ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; |
|
| 5 |
|
| ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ବର ଓ ପିତା; |
|
| 6 |
|
| ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି। |
|
| 7 |
|
| କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। |
|
| 8 |
|
| ଏଥିନିମନ୍ତେ ଉକ୍ତ ଅଛି, “ସେ ଊର୍ଦ୍ଧ୍ୱକୁ ଆରୋହଣ କରି, ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।” |
|
| 9 |
|
| (ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ। |
|
| 10 |
|
| ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ମଧ୍ୟ ଆରୋହଣ କଲେ।) |
|
| 11 |
|
| ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି, |
|
| 12 |
|
| ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ, |
|
| 13 |
|
| ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ବରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ, |
|
| 14 |
|
| ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ, |
|
| 15 |
|
| କିନ୍ତୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ; |
|
| 16 |
|
| ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି। |
|
| 17 |
|
| ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; |
|
| 18 |
|
| ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି; |
|
| 19 |
|
| ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି। |
|
| 20 |
|
| କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେପ୍ରକାରେ ଶିକ୍ଷା କରି ନାହଁ; |
|
| 21 |
|
| ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ, |
|
| 22 |
|
| ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, |
|
| 23 |
|
| ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, |
|
| 24 |
|
| ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ। |
|
| 25 |
|
| ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ। |
|
| 26 |
|
| କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ। |
|
| 27 |
|
| ଚୋର ଆଉ ଚୋରି ନ କରୁ, |
|
| 28 |
|
| ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ। |
|
| 29 |
|
| ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ। |
|
| 30 |
|
| ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ। |
|
| 31 |
|
| ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ; |
|
| 32 |
|
| ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର। |
|
|
|
|