|
| 1 |
|
| ଚୂର୍ଣ୍ଣକୋଷ କିବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ । |
|
| 2 |
|
| ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶମ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ । |
|
| 3 |
|
| ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶମ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ । |
|
| 4 |
|
| କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ । |
|
| 5 |
|
| ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବିଲୀୟମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ । ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପ୍ରେମ କରିବାରୁ ସେହି ଶାପକୁ ନେଉଟାଇ ଆଶୀର୍ବାଦ କଲେ । |
|
| 6 |
|
| ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ । |
|
| 7 |
|
| ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସ୍ରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ । |
|
| 8 |
|
| ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ । |
|
| 9 |
|
| ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ । |
|
| 10 |
|
| ତୁମ୍ଭମାନଙ୍କ ମଧ୍ୟରେ ଯେବେ କୌଣସି ବ୍ୟକ୍ତି ରାତ୍ରିଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ, ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ। |
|
| 11 |
|
| ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ । |
|
| 12 |
|
| ଆଉ ତୁମ୍ଭେ ମଧ୍ୟ ବାହାରକୁ ଯିବା ନିମନ୍ତେ ଛାଉଣି ବାହାରେ ଏକ ସ୍ଥାନ କରିବ; |
|
| 13 |
|
| ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ ଖଣତି ରଖିବ; ପୁଣି ତୁମ୍ଭେ ବାହାରକୁ ବସିବା ସମୟରେ ତଦ୍ଦ୍ଵାରା ଖୋଳିବ ଓ ନିର୍ଗତ ମଳ ନେଉଟାଇ ପୋତି ପକାଇବ । |
|
| 14 |
|
| କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ । |
|
| 15 |
|
| ଯେଉଁ ଦାସ ଆପଣା ସ୍ଵାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ଵାମୀ ହସ୍ତରେ ସମର୍ପଣ କରିବ ନାହିଁ । |
|
| 16 |
|
| ସେ ତୁମ୍ଭର କୌଣସି ଏକ ନଗରଦ୍ଵାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଉପଦ୍ରବ କରିବ ନାହିଁ । |
|
| 17 |
|
| ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ମାହାରୀବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ । |
|
| 18 |
|
| ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଘୃଣ୍ୟ ବିଷୟ । |
|
| 19 |
|
| ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେ କୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକି ଋଣ ଦେବ ନାହିଁ । |
|
| 20 |
|
| ତୁମ୍ଭେ ସୁଧ ନିମନ୍ତେ ବିଦେଶୀକି ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକି ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଆଶୀର୍ବାଦ କରିବେ । |
|
| 21 |
|
| ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ଵ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ । |
|
| 22 |
|
| ମାତ୍ର ଯେବେ ମାନତ ନ କର, ତେବେ ତହିଁରେ ପାପ ହେବ ନାହିଁ । |
|
| 23 |
|
| ଯାହା ତୁମ୍ଭ ଓଷ୍ଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ; ତୁମ୍ଭେ ଆପଣା ମୁଖରେ ପ୍ରତିଜ୍ଞା କରି ଯେରୂପ ସ୍ଵେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମାନତ କରିଅଛ, ତଦନୁସାରେ କରିବ । |
|
| 24 |
|
| ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍ଵେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ । |
|
| 25 |
|
| ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ତାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ । |
|
|
|
|