|
| 1 |
|
| ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ; |
|
| 2 |
|
| ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ଯାବତୀୟ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ । |
|
| 3 |
|
| ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ । |
|
| 4 |
|
| ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ । |
|
| 5 |
|
| ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, ଏକଜଣ ନଷ୍ଟ-କଳ୍ପ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ ଓ ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା । |
|
| 6 |
|
| ତହିଁରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କ୍ଳେଶ ଦେଇ କଠିନ ଦାସତ୍ଵ କରାଇଲେ । |
|
| 7 |
|
| ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ଵରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଉପଦ୍ରବ ଦେଖିଲେ । |
|
| 8 |
|
| ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ଵାରା ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ଓ ମହାତ୍ରାସ ଦ୍ଵାରା ଓ ନାନା ଚିହ୍ନ ଦ୍ଵାରା ଓ ଆଶ୍ଚର୍ଯ୍ୟକର୍ମ ଦ୍ଵାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ । |
|
| 9 |
|
| ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି । |
|
| 10 |
|
| ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ । ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବ । |
|
| 11 |
|
| ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେ ଯେ ମଙ୍ଗଳ କରିଅଛନ୍ତି, ସେ ସବୁରେ ତୁମ୍ଭେ ଓ ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ । |
|
| 12 |
|
| ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକି, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ଵାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ । |
|
| 13 |
|
| ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକି, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞା ଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ । |
|
| 14 |
|
| ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ; ମୁଁ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେ ସମସ୍ତ ମୁଁ କରିଅଛି । |
|
| 15 |
|
| ତୁମ୍ଭେ ଆପଣା ପବିତ୍ର ନିବାସ ସ୍ଵର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଆଶୀର୍ବାଦ କର । |
|
| 16 |
|
| ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହା ସବୁ ମାନିବ ଓ କରିବ, |
|
| 17 |
|
| ତୁମ୍ଭେ ଆଜି ଅଙ୍ଗୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ଵର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ । |
|
| 18 |
|
| ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ; |
|
| 19 |
|
| ପୁଣି ସେ ତୁମ୍ଭକୁ ପ୍ରଶଂସାରେ ଓ ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ । |
|
|
|
|