|
| 1 |
|
| ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର। |
|
| 2 |
|
| ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ। |
|
| 3 |
|
| ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ। |
|
| 4 |
|
| ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତରସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ। |
|
| 5 |
|
| ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ ଅସ୍ତ୍ର ଉଞ୍ଚାଇବ ନାହିଁ। |
|
| 6 |
|
| ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ; |
|
| 7 |
|
| ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। |
|
| 8 |
|
| ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।” |
|
| 9 |
|
| ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, “ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ। |
|
| 10 |
|
| ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।” |
|
| 11 |
|
| ସେହି ଦିନ ମୋଶା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, |
|
| 12 |
|
| ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ। |
|
| 13 |
|
| ପୁଣି ରୁବେନ୍ ଓ ଗାଦ୍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ। |
|
| 14 |
|
| ଆଉ ଲେବୀୟମାନେ ଉଚ୍ଚସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ: |
|
| 15 |
|
| “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍” (ଏହିପରି ହେଉ)। |
|
| 16 |
|
| “ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। |
|
| 17 |
|
| “ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। |
|
| 18 |
|
| “ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। |
|
| 19 |
|
| “ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। |
|
| 20 |
|
| “ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧିକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ଆମେନ୍। |
|
| 21 |
|
| “ଯେକେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। |
|
| 22 |
|
| “ଯେକେହି ଆପଣା ଭଗିନୀ, ଅର୍ଥାତ୍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। |
|
| 23 |
|
| “ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। |
|
| 24 |
|
| “ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। |
|
| 25 |
|
| “ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। |
|
| 26 |
|
| “ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। |
|
|
|
|