|
| 1 |
|
| ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ ଓ ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣ-ଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର । |
|
| 2 |
|
| ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ। |
|
| 3 |
|
| ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ । |
|
| 4 |
|
| ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ । |
|
| 5 |
|
| ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଛିଡ଼ା ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା, |
|
| 6 |
|
| ଯେ ତୁମ୍ଭଙ୍କୁ ଦାସ୍ୟଗୃହ ସ୍ଵରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ । |
|
| 7 |
|
| ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁଣ। |
|
| 8 |
|
| ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ) । |
|
| 9 |
|
| ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ । ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; |
|
| 10 |
|
| ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ । |
|
| 11 |
|
| ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ନାମ ଘେନିବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ଘେନେ, ସଦାପ୍ରଭୁ ତାହାକୁ ନିରପରାଧ କରି ଗଣନା କରିବେ ନାହିଁ । |
|
| 12 |
|
| ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାନୁସାରେ ବିଶ୍ରାମଦିନ ପାଳନ କରି ପବିତ୍ର କର । |
|
| 13 |
|
| ତୁମ୍ଭେ ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ; |
|
| 14 |
|
| ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର-ଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ । |
|
| 15 |
|
| ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ପରାକ୍ରା; ହସ୍ତ ଓ ବିସ୍ତାରିତ ବାହୁ ଦ୍ଵାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି । |
|
| 16 |
|
| ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ,,ଓ ମଙ୍ଗଳ ହେବ । |
|
| 17 |
|
| ତୁମ୍ଭେ ନରହତ୍ୟା କରିବ ନାହିଁ । |
|
| 18 |
|
| କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ । |
|
| 19 |
|
| କିଅବା ତୁମ୍ଭେ ଚୋରି କରିବ ନାହିଁ । |
|
| 20 |
|
| କିଅବା ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେବ ନାହିଁ । |
|
| 21 |
|
| କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, କି ତାହାର ଦାସ, କି ତାହାର ଦାସୀ, କି ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ବାଞ୍ଛା କରିବ ନାହିଁ । |
|
| 22 |
|
| ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ଵରରେ କହିଲେ, ଆଉ କିଛି କହିଲେ ନାହିଁ । ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ତ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ । |
|
| 23 |
|
| ମାତ୍ର ପର୍ବତ ଅଗ୍ନିରେ ଜ୍ଵଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼନିକଟକୁ ଆସିଲ; |
|
| 24 |
|
| ପୁଣି ତୁମ୍ଭେମାନେ କହିଲ, ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଲୁ ଯେ, ପରମେଶ୍ଵର ମନୁଷ୍ୟ ସହିତ କଥା କହିଲେ ହେଁ ସେ ବଞ୍ଚିପାରେ । |
|
| 25 |
|
| ମାତ୍ର ଆମ୍ଭେମାନେ ଏବେ କିହେତୁ ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା । |
|
| 26 |
|
| କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ଵରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି? |
|
| 27 |
|
| ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା । |
|
| 28 |
|
| ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି । |
|
| 29 |
|
| ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତାଣ! |
|
| 30 |
|
| ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ଵୁକୁ ଫେରି ଯାଅ । |
|
| 31 |
|
| ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ; ତାହାସବୁ ଆମ୍ଭେ ତୁମ୍ଭକୁ କହିବା । |
|
| 32 |
|
| ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ । |
|
| 33 |
|
| ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଯେ ଯେ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ । |
|
|
|
|