|
| 1 |
|
| ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକ-ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ। |
|
| 2 |
|
| କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ; |
|
| 3 |
|
| କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ। |
|
| 4 |
|
| ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରିପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରିପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ; |
|
| 5 |
|
| ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ୍ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ, |
|
| 6 |
|
| ଉଦ୍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି। |
|
| 7 |
|
| କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି। |
|
| 8 |
|
| ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ, |
|
| 9 |
|
| ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ, |
|
| 10 |
|
| ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ, |
|
| 11 |
|
| ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇପାରେ। |
|
| 12 |
|
| ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି। |
|
| 13 |
|
| ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି, |
|
| 14 |
|
| ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି। |
|
| 15 |
|
| ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ବର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ; |
|
| 16 |
|
| କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ। |
|
| 17 |
|
| ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର। |
|
| 18 |
|
| କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ; |
|
| 19 |
|
| ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି। |
|
| 20 |
|
| ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ; |
|
| 21 |
|
| ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ। |
|
|
|
|