ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର। |
| 2 |
| ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ; |
| 3 |
| ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ, |
| 4 |
| ତାହା ଉଚିତ୍ ମତରେ କଥା କହି ପ୍ରକାଶ କରିପାରେ। |
| 5 |
| ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର। |
| 6 |
| ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର। |
| 7 |
| ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ; |
| 8 |
| ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ। |
| 9 |
| ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ। |
| 10 |
| ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାହାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, |
| 11 |
| ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିପ୍ରାପ୍ତ ବିଶ୍ୱାସୀମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି। |
| 12 |
| ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ। |
| 13 |
| କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି। |
| 14 |
| ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। |
| 15 |
| ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍ଫା ଓ ତାହାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। |
| 16 |
| ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯତ୍ନ କର। |
| 17 |
| ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ। |
| 18 |
| ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/colossians/004.mp3
4
4