|
| 1 |
|
| ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, |
|
| 2 |
|
| ପ୍ରଭୁଙ୍କ ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ଵାରା ଲିଖିତ ବୋଲି ମନେ କରି କୌଣସି ପତ୍ର ଦ୍ଵାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ । |
|
| 3 |
|
| କେହି କୌଣସି ପ୍ରକାରେ ତୁମ୍ଭମାନଙ୍କର ଭ୍ରାନ୍ତି ନ ଜନ୍ମାଉ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ । |
|
| 4 |
|
| ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ । |
|
| 5 |
|
| ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ ଥରକୁଥର କହିଥିଲି, ତାହା କଅଣ ତୁମ୍ଭମାନଙ୍କର ସ୍ମରଣ ନାହିଁ? |
|
| 6 |
|
| ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ । |
|
| 7 |
|
| କାରଣ ଅଧର୍ମର ନିଗୂଢ଼ତତ୍ତ୍ଵ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ଦୂରୀକୃତ ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ । |
|
| 8 |
|
| ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ଵାସ ଦ୍ଵାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ଵାରା ବିନାଶ କରିବେ । |
|
| 9 |
|
| ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମର ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, |
|
| 10 |
|
| କାରଣ ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ସେମାନେ ସତ୍ୟ ପ୍ରତି ଶ୍ରଦ୍ଧାଭାବ ବହି ନାହାନ୍ତି । |
|
| 11 |
|
| ଆଉ, ଏଥିସକାଶେ ସେମାନେ ଯେପରି ମିଥ୍ୟାରେ ବିଶ୍ଵାସ କରନ୍ତି, ସେଥିନିମନ୍ତେ ଈଶ୍ଵର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପ୍ରେରଣ କରନ୍ତି, |
|
| 12 |
|
| ଯେପରିକି ଯେଉଁମାନେ ସତ୍ୟରେ ବିଶ୍ଵାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ତର ପାତ୍ର ହୁଅନ୍ତି । |
|
| 13 |
|
| କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ଵରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ଵର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ଵାସ ଦ୍ଵାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମଫଳ ସ୍ଵରୂପେ ମନୋନୀତ କରିଅଛନ୍ତି; |
|
| 14 |
|
| ସେଥିସକାଶେ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ଵାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପ୍ରାପ୍ତି ନିମନ୍ତେ ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି । |
|
| 15 |
|
| ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି ଆମ୍ଭମାନଙ୍କ ବାକ୍ୟ କିମ୍ଵା ପତ୍ର ଦ୍ଵାରା ତୁମ୍ଭେମାନେ ଯେଉଁ ଶିକ୍ଷା ପ୍ରାପ୍ତ ହୋଇଅଛ, ସେହିସବୁ ଧରି ରଖ । |
|
| 16 |
|
| ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ଵର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନ; ସାନ୍ତ୍ଵନା ଓ ଉତ୍ତମ ଭରସା ଦେଇଅଛନ୍ତି, |
|
| 17 |
|
| ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ଵନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ । |
|
|
|
|