ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ, |
| 2 |
| ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି। |
| 3 |
| ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ; |
| 4 |
| ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି। |
| 5 |
| କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; |
| 6 |
| ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି। |
| 7 |
| ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ। |
| 8 |
| ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ। |
| 9 |
| ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି |
| 10 |
| ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ। |
| 11 |
| ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ। |
| 12 |
| ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ। |
| 13 |
| କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା; |
| 14 |
| ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ; |
| 15 |
| କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/1timothy/002.mp3
6
2