ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ। |
| 2 |
| ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ। |
| 3 |
| କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ, |
| 4 |
| ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ, |
| 5 |
| ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ। |
| 6 |
| ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ; |
| 7 |
| କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ; |
| 8 |
| ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ। |
| 9 |
| ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ। |
| 10 |
| କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି। |
| 11 |
| କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ। |
| 12 |
| ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ। |
| 13 |
| ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି, |
| 14 |
| ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ। |
| 15 |
| ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ, |
| 16 |
| ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍। |
| 17 |
| ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି, |
| 18 |
| ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; |
| 19 |
| ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି। |
| 20 |
| ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ; |
| 21 |
| କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/1timothy/006.mp3
6
6